ନାଲ୍‌କୋ ଅଧ୍ୟକ୍ଷଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ

ଭୁବନେଶ୍ୱର,୧୮-୬:ନାଲ୍‌କୋ ଅଧ୍ୟକ୍ଷ ତପନ କୁମାର ଚାନ୍ଦଙ୍କୁ ଗ୍ଲୋବାଲ ଇଣ୍ଡିଆନ୍‌ ବିଜନେସ୍‌ ଲିଡର ସମ୍ମାନ ମିଳିଛି। ଉଲ୍ଲେଖନୀୟ ବୃତ୍ତିଗତ ସଫଳତା ଏବଂ ସାମାଜିକ ଅବଦାନ ଲାଗି ଚାନ୍ଦଙ୍କୁ ଏଭଳି ସମ୍ମାନରେ ସମ୍ମାନିତ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ନାଲ୍‌କୋର ନିଗମ ସଞ୍ଚାର ଉପମହାପ୍ରବନ୍ଧକ ଆଶୁତୋଷ ରଥ ଚାନ୍ଦଙ୍କ ତରଫରୁ ଏହି ପୁରସ୍କାର ଗ୍ରହଣ କରିଥିଲେ। ଇଣ୍ଡିଆନ୍‌ ଆଚିଭର୍ସ ଫୋରମ ଦ୍ୱାରା ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ନିକଟରେ ପ୍ରମୁଖ ଇକ୍ୱିଟି ଇନଭେଷ୍ଟମେଣ୍ଟ ପତ୍ରିକା ଦଲାଲ ଷ୍ଟ୍ରିଟ ଜର୍ନାଲ ପକ୍ଷରୁ ଚାନ୍ଦଙ୍କୁ ରୋଲ୍‌ ଅଫ୍‌ ଅନର ସମ୍ମାନରେ ସମ୍ମାନିତ କରାଯାଇଛି। ଚାନ୍ଦ ୨୦୧୫ ଜୁଲାଇରୁ ନାଲ୍‌କୋ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ପରଠାରୁ କମ୍ପାନୀର ଉତ୍ପାଦନ, ଉତ୍ପାଦକତା ଏବଂ ଲାଭ ଆଦି କ୍ଷେତ୍ରରେ ଉତ୍କର୍ଷତା ଲାଗି ତାଙ୍କର ଉଲ୍ଲେଖନୀୟ ଯୋଗଦାନ ରହିଛି। ତାଙ୍କ ସମୟରେ ୨୦୧୮-୧୯ ଆର୍ଥତ୍କ ବର୍ଷର ନାଲ୍‌କୋର ଲାଭ ୧୦ ବର୍ଷରେ ସର୍ବାଧିକ। ସବୁ କ୍ଷେତ୍ରରେ ସଫଳତା ସହ କମ୍ପାନୀ ଅନ୍ତର୍ଜାତୀୟ କ୍ଷେତ୍ରରେ ମାନ୍ୟତା ହାସଲ କରିଛି। ସେହିଭଳି ଉଡ୍‌ ମ୍ୟାକେନଜି ରିପୋର୍ଟ ମୁତାବକ କମ୍ପାନୀ ଗତ ୩ ବର୍ଷ ଧରି କମ୍‌ ବ୍ୟୟରେ ଆଲୁମିନା ଉତ୍ପାଦନକାରୀ ମାନ୍ୟତା ହାସଲ କରିଛି। ୨୦୧୮-୧୯ ଆର୍ଥତ୍କ ବର୍ଷରେ ସ୍ବଳ୍ପ ମୂଲ୍ୟରେ ବକ୍ସାଇଟ ଉତ୍ପାଦନକାରୀ କମ୍ପାନୀ ଭାବେ ଏହା ରେକର୍ଡ କରିଛି। ୨୦୧୬ର ନୂତନ ବ୍ୟବସାୟ ମଡେଲ ଯୋଗୁ କମ୍ପାନୀ ଏଭଳି ସଫଳତା ପାଇଥିବା ଉଦ୍ୟୋଗ ବିଶେଷଜ୍ଞ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri