ବଅଁରପାଳ, ୨୬।୪ (ଡି.ଏନ୍.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ନାଲ୍କୋ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲେ ବି ଆହୁରି ଅନେକ କ୍ଷତିଗ୍ରସ୍ତଙ୍କୁ ଚାକିରି ତ ଦୂରର କଥା ଠିକାରେ କାମଟିଏ ଦିଆଯାଉ ନାହିଁ। ଏପରି କି କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କ ପ୍ରତି ନାଲ୍କୋର ଶିକ୍ଷାନୁଷ୍ଠାନରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହେଉଛି।
ନାଲ୍କୋ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ପାରିପାର୍ଶ୍ୱିକ ଗ୍ରାମରେ ଦୀର୍ଘବର୍ଷ ହେଲା ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଓ ରାସ୍ତା ସମସ୍ୟା ଲାଗି ରହିଛି। ସେହିପରି ଅନେକ ସମୟରେ କାରଖାନାରୁ ନିର୍ଗତ ବିଭିନ୍ନ ବିଷାକ୍ତ ଗ୍ୟାସ୍, ଆଶ୍ପଣ୍ଡର ପାଉଁଶ ଗୁଣ୍ଡ ଓ ବିଶାକ୍ତ ତୈଳ ପାଣି ଦ୍ୱାରା ଫସଲ କ୍ଷତିଗ୍ରସ୍ତ ହେଉଛି। ପ୍ରଦୂଷଣ ମଧ୍ୟ ବଢ଼ି ଚାଲିଛି। ଧୂଳି ଓ ଧୂଅଁାରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡ଼ିଲେଣି। କ୍ଷତିଗ୍ରସ୍ତଙ୍କ ଏସବୁ ସମସ୍ୟାର ସମାଧାନ ଦିଗରେ ଠିକଣା ପଦକ୍ଷେପ ନେବା ପରିବର୍ତ୍ତେ ସେମାନଙ୍କ ପ୍ରତି ଆହୁରି ଅବହେଳା କରାଯାଉଥିବା କ୍ଷତିଗ୍ରସ୍ତ ଏଲ୍ଏପି ପ୍ରଜା ମହାସଂଘ ସଭାପତି ଅଖିଳ କୁମାର ପଣ୍ଡା, ବରିଷ୍ଠ ଶ୍ରମିକ ନେତା ମୀନକେତନ ଅମାନ୍ତ, କ୍ଷତିଗ୍ରସ୍ତ ପ୍ରଜା ସଂଘର ପୂର୍ବତନ ସଭାପତି ଶ୍ରୀକାନ୍ତ ଗଡ଼ନାୟକ ପ୍ରମୁଖ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ନାଲ୍କୋ ସ୍କୁଲରେ କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କ ନାମ ଲେଖାରେ ପାତରଅନ୍ତର କରାଯାଉଛି। ନାଲ୍କୋ ଡିପିଏସ୍ କିମ୍ବା ସରସ୍ବତୀ ବିଦ୍ୟାମନ୍ଦିରରେ ପିଲାଙ୍କୁ ପଢ଼ାଇବାକୁ କ୍ଷତିଗ୍ରସ୍ତମାନଙ୍କୁ ବହୁ ହଇରାଣ ହେବାକୁ ପଡ଼ୁଛି। ନାଲ୍କୋ କର୍ମଚାରୀଙ୍କ ପିଲାଙ୍କ ପାଇଁ ସ୍ବତନ୍ତ୍ର ସିଟ୍ ରଖାଯାଉଥିବା ବେଳେ କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କୁ ସେହି ସୁବିଧା ମିଳିପାରୁ ନାହିଁ। ଫି ବାବଦରେ କର୍ମଚାରୀଙ୍କ ପିଲାଙ୍କ ଠାରୁ ଅଳ୍ପ ଟଙ୍କା ନିଆଯାଉଥିବା ବେଳେ କ୍ଷତିଗ୍ରସ୍ତ ପିଲାଙ୍କ ଠାରୁ ତିନିଗୁଣା ଅଧିକ ଅର୍ଥ ନିଆଯାଉଛି। କେତେଜଣ ଦଲାଲଙ୍କ ଦ୍ୱାରା ବାହାର ଅଞ୍ଚଳର ପିଲାମାନଙ୍କୁ ଅଣାଯାଇ ନାମ ଲେଖାଯାଉଥିବା ସ୍କୁଲର କିଛି କର୍ମଚାରୀ ସୂଚନା ଦେଇଛନ୍ତି। ଏହା ବିରୋଧରେ ଆଗାମୀ ଦିନରେ ସ୍ବର ଉତ୍ତୋଳନ କରାଯିବ ବୋଲି ସମ୍ପୃକ୍ତ କ୍ଷତିଗ୍ରସ୍ତମାନେ ପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ରାଜ୍ୟ View All
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...
ଚମକିଲେ କୁନି ଝିଅ: ଇଫ୍ରାତ୍ ଜୋଏଲ୍ଙ୍କୁ ଲିଟିଲ ମିସ୍ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...
ବ୍ଲକ୍ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍ ପ୍ରଶାସନ ପକ୍ଷରୁ ଏକ...
ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
Archives


