ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଯୋଗଦେଇଥିଲେ। ନବମ ଶ୍ରେଣୀ ଛାତ୍ରୀ ଅନୁସ୍କା ରାୟ ଏହି ସମ୍ମିଳନୀରେ ୪ ଜଣିଆ ବିଜୟୀ ଟିମ୍‌ରେ ନିଜର କୃତିତ୍ୱ ପ୍ରତିପାଦନ କରିଛନ୍ତି। ଏହି ଅବସରରେ ଫ୍ଲୋରିଡ଼ା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିର ସ୍କଲାରସିପ ପାଇବା ପାଇଁ ଯୋଗ୍ୟତା ଅର୍ଜନ କରିଥିବାର ଜଣାପଡ଼ିଛି। ଏହି କୃତିତ୍ୱ ପରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ରାଜ୍ୟ ତଥା ବାଲେଶ୍ୱର ପାଇଁ ଗୌରବର ବିଷୟ ବୋଲି ବିଦ୍ୟାଳୟ ଅଧ୍ୟକ୍ଷା ଡ. ସିଷ୍ଟର କ୍ରିପା କହିଛନ୍ତି।

ଗତ ଏପ୍ରିଲ ୧୩, ୧୪ ଓ ୧୫ରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଛାତ୍ରୀଛାତ୍ରମାନେ ଯୋଗଦେଇ ନାସା ପରିଦର୍ଶନ କରିଥିଲେ। ପରିଦର୍ଶନ ବେଳେ ଛାତ୍ରୀଛାତ୍ରମାନେ ମହାକାଶଚାରୀ ଡ. ୱିନସଟନ ସ୍କଟ, ଫ୍ଲୋରିଡ଼ା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ନିଦ୍ଦେର୍ର୍ଶକ ଡ. ନାଥାଲିୟନ ମିଲର ଓ ଅନ୍ୟ ବୈଜ୍ଞାନିକଙ୍କୁ ଭେଟିବାର ସୁଯୋଗ ପାଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ଏହି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସର୍ବଭାରତୀୟସ୍ତରୀୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଏହି ସମ୍ମିଳନୀରେ ଭାଗ ନେବା ପାଇଁ ଯୋଗ୍ୟ ବିବେଚିତ ହୋଇଲେ। ଛାତ୍ରୀ ଦୀକ୍ଷା ଗୁପ୍ତା ଉକ୍ତ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri