ନାହାନ୍ତି ବିଶେଷଜ୍ଞ ଡାକ୍ତର

ବଅଁରପାଳ, ୨୬ା୨(ଡି.ଏନ.ଏ.) – ସ୍ବାସ୍ଥ୍ୟକେନ୍ଦ୍ର ଥିଲେ ବି ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳବାସୀ। ଡାକ୍ତର ଅଭାବ ସହ ବିପର୍ଯ୍ୟସ୍ତ ଭିତ୍ତିଭୂମି ଯୋଗୁ ଏହା ଉପରେ ନିର୍ଭର କରୁଥିବା ଲୋକେ ହଇରାଣ ହେଉଛନ୍ତି। ବିଭାଗ ପକ୍ଷରୁ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରାୟ ୩୦ ବର୍ଷ ପୂର୍ବରୁ ସ୍ଥାପିତ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ଦିନ ହେଲା ବିଭିନ୍ନ ସମସ୍ୟା ଲାଗିରହିଛି। ଏଠାରେ ଜଣେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ, ଜଣେ ଶିଶୁ ବିଶେଷଜ୍ଞ, ଜଣେ ଭେଷଜ ଓ ଜଣେ ସର୍ଜରୀ ବିଶେଷଜ୍ଞ ଡାକ୍ତର ରହିବା କଥା। ହେଲେ କେବଳ ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ଦନ୍ତ ବିଭାଗରେ ଜଣେ ଲେଖାଏ ବିଶେଷଜ୍ଞ ଥିବାବେଳେ ଆଉ ଜଣେ ଏମ୍‌ବିବିଏସ୍‌ ଡାକ୍ତର ରହିଛନ୍ତି। ଅନ୍ୟ ବିଭାଗରେ ବିଶେଷଜ୍ଞ ନ ଥିବାରୁ ଏଠାକୁ ଚିକିତ୍ସିତ ହେବାକୁ ଆସୁଥିବା ରୋଗୀ ଘରୋଇ ମେଡିକାଲ ଯାଇ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୁରୁଣା ଘରଗୁଡିକ ମରାମତି ଅଭାବରୁ ଶୋଚନୀୟ ହୋଇପଡିଛି। କାର୍ଯ୍ୟାଳୟଟି ମଧ୍ୟ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ଅନେକ ସ୍ଥାନରୁ କାନ୍ଥ ଫାଟି ଯାଇଥିବାବେଳେ ଛାତରୁ ପାଣି ଗଳୁଛି। ଫଳରେ କର୍ମଚାରୀମାନେ ଅସୁବିଧାରେ କାର୍ଯ୍ୟ କରୁଛନ୍ତି। ୫୫ ଓ ୧୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ରହିଥିବାରୁ ଏଠାକୁ ଅଧିକାଂଶ ସମୟରେ ଦୁର୍ଘଟଣାଗ୍ରସ୍ତଙ୍କୁ ଚିକିତ୍ସା ପାଇଁ ଅଣାଯାଇଥାଏ। ହେଲେ ଉପଯୁକ୍ତ ଚିକତ୍ସା ନ ପାଇ ଅନେକ ସମୟରେ ସେମାନେ ହଇରାଣ ହେବା ସହ ବାଧ୍ୟ ହୋଇ ଅନ୍ୟ ଡାକ୍ତରଖାନାକୁ ଯାଉଥିବା ଅଭିଯୋଗ ହେଉଛି। ସେହିପରି ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ମଧ୍ୟ ଦୀର୍ଘ ଦିନ ହେଲା ଡାକ୍ତର ସହ ଫାର୍ମାସିଷ୍ଟ ଓ ଅନ୍ୟାନ୍ୟ ପଦବୀ ଖାଲି ପଡିଛି। ଏଥିସହ ଅଞ୍ଚଳରେ ଥିବା ୨୬ଟି ଉପ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟରୁ ବହୁ କେନ୍ଦ୍ରର ସ୍ଥାୟୀ ଗୃହ ନ ଥିବାବେଳେ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଅଭାବ ମଧ୍ୟ ଲାଗିରହିଛି। ତୁରନ୍ତ ଏ ଦିଗରେ ଧ୍ୟାନ ଦିଆଯାଇ ବିଭାଗ ପକ୍ଷରୁ ଡାକ୍ତର ନିଯୁକ୍ତି ସହ ଅନ୍ୟାନ୍ୟ ସମସ୍ୟା ଦୂର କରାଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସାଧିକାରୀ ଡାକ୍ତର ଶଙ୍କର୍ଷଣ ଗାଆଣ କୁହନ୍ତି, ଏଠାରେ ବିଶେଷଜ୍ଞ ଓ ଡାକ୍ତର ପଦବୀ ଖାଲି ପଡିଥିବାରୁ ଅସୁବିଧା ହେଉଛି। ସେହିପରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଧ୍ୟ ଡାକ୍ତର ଅଭାବ ଯୋଗୁ ଚିକିତ୍ସା ଯୋଗାଇବାରେ ସମସ୍ୟା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…

ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri