ଖୁଣ୍ଟା,୭ା୮(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ନିଆଁ ଲଗାଇ ହତ୍ୟା କରିଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଏଥିନେଇ ପୋଲିସ ଏକ ହତ୍ୟା ମାମଲା (ନଂ.୮୭/୧୯) ରୁଜୁ କରି ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ ବେତନଟୀ ଥାନା ଅଧୀନ ରେଣୁକାସାହି ଗ୍ରାମର ବିଦ୍ୟାଧର ମହାନ୍ତଙ୍କ ଝିଅ ମନ୍ଦାକିନୀଙ୍କୁ ୨୦୦୫ରେ ଖୁଣ୍ଟା ଥାନା ଅଧୀନ ଲକ୍ଷଣାସାହି ଗ୍ରାମର ଧନୁର୍ଜୟ ମହାନ୍ତ ବିବାହ କରିଥିଲେ। ତାଙ୍କର ୧୩ ବର୍ଷର ପୁଅ ଓ ୭ ବର୍ଷର ଗୋଟିଏ ଝିଅ ଅଛନ୍ତି । ବିବାହ ସମୟରେ ଦାବି ମୁତାବକ ଯୌତୁକ ଦିଆଯାଇଥିଲେ ମଧ୍ୟ ବାପଘରୁ ଅଧିକ ଯୌତୁକ ଆଣିବା ପାଇଁ ଧନୁର୍ଜୟ ବିଭିନ୍ନ ସମୟରେ ମନ୍ଦାକିନୀଙ୍କୁ ମାନସିକ ତଥା ଶାରୀରିକ ନିର୍ଯାତନା ଦେଉଥିଲେ। ମନ୍ଦାକିନୀଙ୍କ ବାପଘର ଲୋକେ ଲକ୍ଷ୍ମଣାସାହି ଗ୍ରାମକୁ ଯାଇ ଝିଅ ଓ ଜ୍ୱାଇଁଙ୍କୁ ବୁଝାସୁଝା କରି ଫେରୁଥିଲେ। ତେବେ ମଙ୍ଗଳବାର ରାତିରେ ମନ୍ଦାକିନୀ ନିଆଁରେ ପୋଡିହୋଇ ମୃତ୍ୟୁବରଣ କରିଥିବା ଖବର ପାଇ ବାପ ଘର ଲୋକେ ତାଙ୍କ ଶାଶୁଘରେ ପହଞ୍ଚିଥିଲେ। ସେଠାରେ ମନ୍ଦାକୀନି ପୋଡିହୋଇ ମୃତ୍ୟୁବରଣ କରିଥିବା ଦେଖିବାକୁ ପାଇଥିଲେ। ତେବେ ଗତ ରାତିରେ ସମସ୍ତେ ଶୋଇଯିବା ପରେ ମନ୍ଦାକିନୀ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଜ୍ୱାଇଁ ଧନୁର୍ଜୟ ସଫେଇ ଦେଇଥିଲେ। ଭିଣୋଇ ଧନୁର୍ଜୟ ତାଙ୍କ ଭଉଣୀଙ୍କୁ ହତ୍ୟା କରିଥିବା ନେଇ ମନ୍ଦାକୀନିଙ୍କ ଭାଇ ଦେବାଶିଷ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତ ଚଳାଇ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ତଦନ୍ତକାରୀ ଅଧିକାରୀ ଏସଆଇ ସୌମ୍ୟ ରଞ୍ଜନ ଭୋଳ କହିଛନ୍ତି ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍ ରଖି…
ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…
କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…
ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…
ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…
ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା
ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…
ରାତିରେ ଧୂମ୍ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ
ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…
କଟକ ଜିଲାପାଳଙ୍କୁ ନୋଟିସ୍, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…
କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…
ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ
କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…
ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…
ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…
Archives

