ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା

କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି । ଏପରିସ୍ଥଳେ କଟକର କିଛି ମହିଳା କରୋନାକୁ ନେଇ ସଚେତନ କରିବାକୁ ଭିନ୍ନ ପ୍ରୟାସ କରିଛନ୍ତି। କରୋନା ସଂକ୍ରମଣକୁ ନେଇ ସେମାନେ ଅତିଥିମାନଙ୍କୁ ଘରକୁ ନ ଆସିବା ପାଇଁ ବାରଣ କରିଛନ୍ତି । ଏଥିପାଇଁ ସେମାନେ ଘର ବାହାରେ ଏବଂ ଫାଟକରେ ପୋଷ୍ଟର ମାରିଛନ୍ତି ।
କଟକ ରାଣୀହାଟ ଶଗଡିଆ ସାହିରେ ରହୁଥିବା ସମାଜସେବୀ ବିଜୟଲକ୍ଷ୍ମୀ ମହାପାତ୍ର ନିଜ ଘରର ଦୁଆର ମୁହଁରେ ‘ଅତିଥିଙ୍କୁ ମନା କରୁଅଛୁ ଯେ କରୋନା ସଂକ୍ରମଣ ଲାଗୀ ଆମେ ଆପଣଙ୍କୁ ଗୃହ ଭିତରକୁ ପଶିବାର ଅନୁମତି ଦେଇ ପାରୁନାହୁଁ । ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’ ଲେଖାଥିବା ପୋଷ୍ଟର ଲଗାଇବା ସହ ସମସ୍ତଙ୍କୁ ଏପରି କରିବାକୁ ଆହ୍ଵାନ ଦେଇଛନ୍ତି । ଏହାଦ୍ୱାରା ଅଧିକ ଲୋକ ସଚେତନ ହେବା ସହ କେହି କାହା ଘରକୁ ଆସିବେ ନାହିଁ ବୋଲି ସେ କହିଛନ୍ତି। ତେବେ ଅନେକ୍ ଲୋକେ ତାଙ୍କଠାରୁ ଅନୁପ୍ରାଣିତ ହୋଇ ନିଜ ଘର ବାହାରେ ଏପରି ପୋଷ୍ଟର ଲଗାଉଥିବା ଦେଖିବାକୁ ମିଳିଛି । ବିଜୟଲକ୍ଷ୍ମୀଙ୍କ ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri