ନିଆରା ବିବାହ : ମନ୍ତ୍ରରେ ନୁହେଁ, ଫିଲ୍ମ ଗୀତରେ ବିବାହ କାର୍ଯ୍ୟ ସମାପନ କଲେ ପଣ୍ଡିତ; ଦେଖନ୍ତୁ ଭିଡିଓ…

ସାଧାରଣତଃ ବିଧି ବିଧାନ ସହ ମନ୍ତ୍ର ଉଚ୍ଚାରଣ କରି ପଣ୍ଡିତ ବିବାହ କାର୍ଯ୍ୟ ସମ୍ପନ୍ନ କରିଥାନ୍ତି। ଏଥିରେ ଅଧିକ ବି ସମୟ ଲାଗିଥାଏ। କିନ୍ତୁ ଏପରି ଏକ ବିବାହ ଉତ୍ସବର ଭିଡିଓ ଭାଇରାଲ ହୋଇଛି, ଯାହା ଦେଖିଲେ ନ ହସି ରହିପାରିବେନି। ଏହି ବିବାହ ଉତ୍ସବରେ ପଣ୍ଡିତ ମନ୍ତ୍ରପାଠ ଉଚ୍ଚାରଣ ନ କରି କିଛି ହିନ୍ଦୀ ଫିଲ୍ମର ଗୀତ ଗାଇ ବିବାହ କାର୍ଯ୍ୟ ସମାପନ କରିଛନ୍ତି। ଭିଡିଓଟି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାବିତ୍ରୀ ଆରୋରା ଏବଂ ରାହୁଲ ଗୁରୁନାନୀଙ୍କ ବିବାହରେ ପଣ୍ଡିତ ମନ୍ତ୍ରପାଠ ଉଚ୍ଚାରଣ କରିବା ପରିବର୍ତ୍ତେ ବଲିଉଡ୍‌ର କିଛି ଫିଲ୍ମ ଗୀତ ଗାଇଛନ୍ତି। ବରଯାତ୍ରୀମାନେ ମଧ୍ୟ ଏହି ଗୀତର ବେଶ୍‌ ମଜା ଉଠାଇଛନ୍ତି। ଏହି ବିବାହ ସମୟର ଫଟୋଟିକୁ କନ୍ୟା ନିଜେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।

ଭିଡ଼ଭିତରେ ପଣ୍ଡିତ କନ୍ୟାକୁ କେଉଁ ମନ୍ତ୍ର ପାଠ କରିବେ ବୋଲି ପଚାରୁଛନ୍ତି। ହିନ୍ଦୀ ଗୀତ ନା ମନ୍ତ୍ର? ଏହା ଉତ୍ତରରେ କନ୍ୟା କହୁଛନ୍ତି ହିନ୍ଦୀ ଗୀତ। ପରେ ପଣ୍ଡିତ ହିନ୍ଦୀ ଫିଲ୍ମ ‘ଦିଲ୍‌ ଓ୍ବାଲେ ଦୁଲ୍‌ହନିଆ ଲେ ଜାଏଙ୍ଗେ’ର ତୁଝେ ଦେଖା ତୋଏ ଜାନା ସନମ୍‌ ଗୀତ ଗାଇଥିଲେ। ଭିଡିଓଟିିରେ ଦମ୍ପତି ଖୁବ୍‌ ମଜା ଉଠାଇବା ସହ ଉପସ୍ଥିତ ବନ୍ଧୁ ପରିଜନ ମଧ୍ୟ ମନଭରି ଗୀତଟିକୁ ଉପଭୋଗ କରିଥିଲେ। ସୋସିଆଲ ମିଡିଆରେ ଏହି ଭିଡିଓଟିକୁ ଲୋକେ ଖୁବ୍‌ ପସନ୍ଦ କରିଛନ୍ତି।

ଦେଖନ୍ତୁ ଭିଡିଓ…


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri