Posted inଖେଳ

ନିଆରା ରେକର୍ଡ: ପିତାଙ୍କ ପରେ ପୁଅ ବିପକ୍ଷରେ ଖେଳିବେ କୋହଲି

ଡୋମିନିକା,୧୧।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଜୁଲାଇ ୧୨ରେ ଡୋମିନିକାରେ ଆରମ୍ଭ ହେବ। ଏହି ସିରିଜରେ ସମସ୍ତଙ୍କ ନଜର ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଉପରେ ରହିବ। ପ୍ରଶଂସକମାନେ ତାଙ୍କଠାରୁ ବଡ଼ ଇନିଂସ ଆଶା କରୁଛନ୍ତି। ପ୍ରଥମ ମ୍ୟାଚରେ କୋହଲି ଏକ ନିଆରା ସଫଳତା ହାସଲ କରିପାରିବାର। କୋହଲିଙ୍କୁ ସଚିନ ତେନ୍ଦୁଲକରଙ୍କ ପରେ ଏକ ସ୍ବତନ୍ତ୍ର କ୍ଲବରେ ଯୋଗଦେବାର ସୁଯୋଗ ରହିଛି।
କୋହଲି ଏଥର ବିଦେଶୀ ମାଟିରେ ପିତା-ପୁତ୍ର ଯୋଡିଙ୍କୁ ସାମ୍ନା କରିବାର ଏକ ନିଆରା ରେକର୍ଡ କରିପାରିବେ। ତେନ୍ଦୁଲକର ଏହା କରିସାରିଛନ୍ତି। ୩୪ ବର୍ଷୀୟ କୋହଲି ୨୦୧୧ୱେଷ୍ଟଇଣ୍ଡିଜ ଗସ୍ତରେ କିମ୍ବଦନ୍ତୀ ଶିବନାରିନ ଚନ୍ଦ୍ରପଲଙ୍କ ବିପକ୍ଷରେ ଖେଳିଥିଲେ। ଏବେ ବିରାଟ ଏହି ସିରିଜରେ ଚନ୍ଦ୍ରପାଲଙ୍କ ପୁଅକୁ ସାମ୍ନା କରିପାରନ୍ତି । ତେଜନାରାୟଣ ଚନ୍ଦ୍ରପଲ ୱେଷ୍ଟଇଣ୍ଡିଜ ଦଳରେ ସ୍ଥାନ ପାଇଛନ୍ତି ଏବଂ ପ୍ରଥମ ଟେଷ୍ଟରେ ଖେଳିବାର ସମ୍ଭାବନା ରହିଛି।
ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆରେ ଜିଓ ମାର୍ଶ ଏବଂ ତାଙ୍କ ପୁଅ ଶ ନ ମାର୍ଶଙ୍କ ବିପକ୍ଷରେ ଖେଲିଛନ୍ତି। ୧୯୯୨ରେ ଅଷ୍ଟ୍ରେଲିଆ ଗସ୍ତରେ ତେନ୍ଦୁଲକର ଜିଓ ମାର୍ଶଙ୍କ ବିପକ୍ଷରେ ଖେଳିଥିଲେ। ସଚିନ ୨୦୧୦-୧୧ରେ ଅଷ୍ଟ୍ରେଲିଆରେ ତାଙ୍କ ପୁଅ ଶନ ମାର୍ଶଙ୍କ ବିପକ୍ଷରେ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri