ନିଖୋଜ ଅଙ୍ଗନୱାଡି ସହାୟିକାଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି: ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଗତ ଅକ୍ଟୋବର ୯ରୁ ନିଖୋଜ ଥିବା ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି ନେଇ ମଙ୍ଗଳବାର ଆଞ୍ଚଳିକ ମହିଳା ସୁରକ୍ଷା କମିଟି ଡିଗିପଦର ପକ୍ଷରୁ ଆଠମଲ୍ଲିକ ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ଜନଜୀବନ ସୁରକ୍ଷା କମିଟି ଆବାହକ ତୀର୍ଥବାସୀ ଭୋଇଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ସ୍ଥାନୀୟ ବସ୍‌ଷ୍ଟାଣ୍ଡରୁ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ପହଞ୍ଚିଥିଲେ। ଆଞ୍ଚଳିକ ମହିଳା ସୁରକ୍ଷା କମିଟି ସଭାନେତ୍ରୀ ପଙ୍କଜିନୀ ସାହୁଙ୍କ ସଭାପତିତ୍ୱରେ ସେଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ସୁରକ୍ଷା କମିଟି ଆବାହକ ଭୋଇ, ନାରୀନେତ୍ରୀ ସରୋଜିନୀ ନାୟକ, ମହିଳା ସୁରକ୍ଷା କମିଟି ସମ୍ପାଦିକ ପ୍ରେମଶୀଳା କମ୍ପ, ସମିତିସଭ୍ୟା ଆରତି ନାୟକ, ଜଗନ୍ନାଥ ମହାକୁର, ବିନିତା ସାହୁ, ଚିତ୍ତରଞ୍ଜନ ବିଶ୍ୱାଳ, କିଶୋରଚନ୍ଦ୍ର ଦେହୁରୀ ପ୍ରମୁଖ ବକ୍ତବ୍ୟ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କୁ ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri