Posted inଜାତୀୟ

ନିଖୋଜ ପାକ୍‌ ବୁଡ଼ାଜାହାଜର ତଲାସି ନେଇଥିଲା ଭାରତ

ନୂଆଦିଲ୍ଲୀ,୨୪।୬: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅଧିକାଂଶ ଆଣବିକ ତଥା ପାରମ୍ପରିକ ବୁଡାଜାହାଜ ପାକିସ୍ତାନ ଜଳସୀମାରେ ମୁତୟନ କରିଥିଲା। ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖି ପାକିସ୍ତାନ ଆଶଙ୍କା କରିଥିଲା ପ୍ରତିଶୋଧ ନେବା ଲାଗି ନୂୂଆଦିଲ୍ଲୀ ନୌସେନାକୁ ବ୍ୟବହାର କରିପାରେ। ବାଲାକୋଟରେ ଥିବା ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ଶିବିର ଉପରେ ଭାରତୀୟ ବାୟୁସେନା ଏୟାରଷ୍ଟ୍ରାଇକ୍‌ କରିବା ପରେ ପାକିସ୍ତାନର ଅତ୍ୟାଧୁନିକ ଅଗୋସ୍ତା ଶ୍ରେଣୀର ବୁଡାଜାହାଜ ପିଏନ୍‌ଏସ୍‌ ସାଦ୍‌ ଏହାର ଜଳରାଶିରୁ ଉଭାନ ହୋଇଯାଇଥିଲା। ଏହା ପାକିସ୍ତାନ ନୌସେନାର ଏକ କୌଶଳ ଥିଲା। କରାଚି ନିକଟସ୍ଥ ଯେଉଁ ସ୍ଥାନରୁ ପିଏନ୍‌ଏସ୍‌ ସାଦ୍‌ ଉଭାନ୍‌ ହେଲା ତାହା ଗୁଜରାଟ ଉପକୂଳରେ ପହଞ୍ଚତ୍ବାକୁ ୩ ଦିନ ଓ ମୁମ୍ବାଇରେ ପହଞ୍ଚତ୍ବାକୁ ୫ ଦିନ ଲାଗିଥାନ୍ତା। ଏହା ଭାରତର ସୁରକ୍ଷା ପ୍ରତି ବଡ଼ ବିପଦ ସୃଷ୍ଟି କରିଥାନ୍ତା। ଗାଏବ ହୋଇଥିବା ପାକିସ୍ତାନୀ ବୁଡାଜାହାଜକୁ ଖୋଜିବା ଓ ଧ୍ୱଂସ କରିବା ଲାଗି ଭାରତ ସ୍ବତନ୍ତ୍ର ଯୁଦ୍ଧଜାହାଜ ଓ ଲଢ଼ୁଆ ବିମାନକୁ ନିୟୋଜିତ କରିଥିଲା। ୨୧ ଦିନର ତଲାସି ପରେ ପିଏନ୍‌ଏସ୍‌ ସାଦ୍‌ର ସନ୍ଧାନ ପାଇଥିଲା ଭାରତୀୟ ନୌସେନା।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

ବୃଦ୍ଧି ପାଉଛି ତାପମାତ୍ରା : ପଥଚାରୀଙ୍କୁ ପଣା ବଣ୍ଟନ କଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ସୋମବାର ଜଳଛତ୍ର ଖୋଲାଯାଇ ପଥଚାରୀଙ୍କୁ ପଣା ବଣ୍ଟନ କରାଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri