ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୬।୧୦(ସ୍ବ.ପ୍ର.): ଗତ ସୋମବାର ଦିନ ବଳଦ ଚରାଇବାକୁ ଯାଇ ଅରଡେଇ ନଦୀରେ ନିଖୋଜ ହୋଇଥିବା ନିର୍ମଳ ମହାରଣା (୪୫)ଙ୍କ ମୃତଦେହ ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି। ତାଙ୍କ ଘର ସଦର ବ୍ଲକ କଣ୍ଡରାପଶି ପଞ୍ଚାୟତ ଆହରପଶି ଗ୍ରାମରେ ବୋଲି ଜଣାପଡିଛି। ବଳଦ ଚରାଇବାକୁ ଯାଇ ନିଖୋଜ ହେବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ। ତାଙ୍କ ମୃତଦେହ ପାଖ ଦେଉଳଡ଼ିହା ଘାଟ ନିକଟରେ ଏକ ପଥର ଖୋଲରୁ ମିଳିଥିଲା। ପୋଲିସ ସୂଚନା ପାଇ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ଏନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସଦର ଥାନା ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri