ନିଖୋଜ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକଙ୍କ ହତ୍ୟା ଅଭିଯୋଗ

ପାରାଦ୍ୱୀପ, ୬।୧(ସ୍ବ.ପ୍ର): ପାରାଦ୍ୱୀପ ମାଛଧରା ବନ୍ଦର ପୋତାଶ୍ରୟରେ ସୋମବାର ଜଣେ ନିଖୋଜ ମତ୍ସଜୀବୀଙ୍କ ମୃତଦେହ ଉଦ୍ଧାର କରିଛି ମେରାଇନ୍‌ ପୋଲିସ୍‌ । ସେ ହେଲେ ଭଦ୍ରକ ଜିଲାର ଉପେନ୍ଦ୍ର ପରିଜା(୪୦)। ଗତ ୧ ତାରିଖରୁ ସେ ନିଖୋଜ ଥିଲେ ବୋଲି ଅଭିଯୋଗ ହୋଇଥିଲା। ଉପେନ୍ଦ୍ର କାଳିଆସୁନା ନାମକ ମାଛଧରା ଟ୍ରଲରରେ ଷ୍ଟାଫ୍‌ ଥିଲେ। ସୋମବାର ପୋତାଶ୍ରୟର ୧ନଂ ଜେଟ୍ଟିପାଖରେ ମୃହଦେହ ଦେଖିବାକୁ ମିଳିଥିଲା। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିବାର ଲୋକେ ଭଦ୍ରକରୁ ଏଠାରେ ଆସି ପହଞ୍ଚିବା ପରେ ଉପେନ୍ଦ୍ରଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ମତ୍ସ୍ୟଜୀବୀ ପ୍ରାୟତଃ ନିଶାଶକ୍ତ ଅବସ୍ଥାରେ ରହିଥାନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଥାନାଧୀକାରୀ ପ୍ରଦ୍ୟୁମ୍ନ କୁମାର କହିଛନ୍ତି। ହୁଏତ ୧ ତାରିଖ ରାତିରେ ସେ ପାଣିରେ ବୁଡି ଯାଇଥାଇପାରନ୍ତି ବୋଲି ସେ କହିଛନ୍ତି। ଏ ବିଷୟରେ ସବିଶେଷ ତଥ୍ୟ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଜଣାପଡିବ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?