Posted inଜାତୀୟ

ନିଜର ଶ୍ରାଦ୍ଧକର୍ମ ସମୟରେ ଘରକୁ ଫେରିଲେ ବ୍ୟକ୍ତି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା,୧୨।୯: ବିହାର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଥିବା ମନେକରି ପରିବାର ସଦସ୍ୟ ଶ୍ରାଦ୍ଧକର୍ମ କରୁଥିଲେ। ତେବେ ସମ୍ପୃକ୍ତ ବ୍ୟକ୍ତି ଜଣକ ଏହି ସମୟରେ ଘରକୁ ବାହୁଡ଼ିଛନ୍ତି। ସ୍ଥାନୀୟ ମୁଶହରି ଥାନା ଅନ୍ତର୍ଗତ ବୁଧନଗରା ଗାଁରେ ଏଭଳି ଘଟିଛି। ଅଗଷ୍ଟ ୧୫ରେ ଗାଁର ୪୯ ବର୍ଷ ବୟସ୍କ ସଞ୍ଜିବ୍‌ କୁମାର ଘରୁ କେଉଁଆଡ଼େ ଚାଲିଯାଇଥିଲେ। ଏନେଇ ସଞ୍ଜିବଙ୍କ ପିତା ଅବସରପ୍ରାପ୍ତ ସୈନିକ ରାମସେବକ ଠାକୁର ସେପ୍ଟେମ୍ବର ୬ରେ ଥାନା ମାମଲା ଦାଏର କରିଥିଲେ। ସଞ୍ଜିବ୍‌ଙ୍କ ମାନସିକ ଅବସ୍ଥା ଠିକ୍‌ ନ ଥିବା ଏଥିରେ ଦର୍ଶାଯାଇଥିଲା। ଏହାପରେ ପୋଲିସକୁ ସିକନ୍ଦରପୁର ଅଞ୍ଚଳର ଅଖାଡ଼ା ଘାଟ ନିକଟରୁ ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ମୃତଦେହ ମିଳିଥିଲା। ପୋଷ୍ଟମୋର୍ଟମ ପରେ ଚିହ୍ନଟ ପାଇଁ ରାମସେବକଙ୍କୁ ଡକାଯାଇଥିଲା। ମୃତଦେହ ଖଣ୍ଡିଆ ଖାବରା ହୋଇଯାଇଥିବାରୁ ରାମସେବକଙ୍କ ପରିବାର ସଦସ୍ୟ ଏହାକୁ ସଞ୍ଜିବ୍‌ ବୋଲି ଅନୁମାନ କରି ଚିହ୍ନଟ କରିଥିଲେ। ମୃତଦେହର ଅନ୍ତିମ ସଂସ୍କାର କରାଯାଇଥିଲା। ଏହାପରେ ଶ୍ରାଦ୍ଧକର୍ମର ଅୟୋଜନ କରାଯାଇଥିଲା। ତେବେ ଶ୍ରାଦ୍ଧ କର୍ମ ଚାଲିଥିବାବେଳେ ସଞ୍ଜିବ୍‌ ଘରେ ପହଞ୍ଚି ସମସ୍ତଙ୍କୁ ଚକିତ କରିଦେଇଥିଲେ। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri