ନିଜ କେନ୍ଦ୍ରରେ ପରୀକ୍ଷା ଦାବିକରି ରାସ୍ତା ଅବରୋଧ କଲେ କଲେଜ ଛାତ୍ରୀଛାତ୍ର

ଭୋଗରାଇ,୧୯।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା ସୁରେନ୍ଦ୍ର ନାଥ ଉଚ୍ଚ ବୈଷୟିକ ବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ନିଜ କଲେଜରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦାବିକରି ବୁଧବାର ରାସ୍ତାରୋକୋ କରିଛନ୍ତି। ସକାଳ ସାଢେ ସାତଟାରୁ ସାଢେ ଦଶଟା ପର୍ଯ୍ୟନ୍ତ ଜଳେଶ୍ୱର-ଚନ୍ଦନେଶ୍ୱର ମୁଖ୍ୟ ରାସ୍ତା କମର୍ଦ୍ଦା ବଙ୍ଗଳାଠାରେ ସେମାନେ ଅବରୋଧ କରିଥିଲେ । ଏ ନେଇ ଯାନବାହନ ଚଳାଚଳ ଠପ୍‌ ହୋଇଥିଲା।
ଖବରପାଇ ଜଳେଶ୍ୱର ଏସ୍‌ଡିପିଓ ଅଙ୍କିତା କୁମ୍ଭାରୀ ଓ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରି ପତିଶ୍ରୁତି ଦେବାପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା ।
ସୂଚନାନୁଯାୟୀ, ଉକ୍ତ କଲେଜରେ ପରୀକ୍ଷାର ସ୍ବଚ୍ଛତା ନେଇ ପ୍ରଶ୍ନ ଉଠିବାରୁ ଚଳିତ ବର୍ଷ ମାଧ୍ୟାମିକ ଉଚ୍ଚଶିକ୍ଷା ପରିଷଦ ପରୀକ୍ଷା କେନ୍ଦ୍ରକୁ ବାତିଲ କରିଥିଲା। ଏହା ସହ ୧୫ କି.ମି. ଦୂର ଜଳେଶ୍ୱର ଦୀନକୃଷ୍ଣ ମହାବିଦ୍ୟାଳୟରେ ପରୀକ୍ଷା ଦେବାକୁ କଲେଜକୁ ନୋଟିସ ଦିଆଯାଇଥିଲା। ମାତ୍ର ଛାତ୍ରୀଛାତ୍ର ଏହାକୁ ବିରୋଧ କରି ନିଜ କଲେଜ ପରୀକ୍ଷା ହେବାକୁ ଦାବିକରି ଆନ୍ଦୋଳନକୁ ଓହ୍ଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri