Posted inଖେଳ

ନିଜ ଗୁରୁଙ୍କୁ ଦାମୀ ଉପହାର ଦେଇଛନ୍ତି ଏହିସବୁ କ୍ରିକେଟର୍‌

ସାରା ଦେଶରେ ଆଜି ଗୁରୁ ଦିବସ ପାଳନ କରାଯାଉଛି। ଏହି ଅବସରରେ ଶିଷ୍ୟମାନେ ଗୁରୁଙ୍କୁ ପୂଜା କରିବା ସହ ବିଭିନ୍ନ ଦାମୀ ଉପହାରମାନ ଦେଉଛନ୍ତି। କ୍ରିକେଟରମାନେ ମଧ୍ୟ ନିଜ ଗୁରୁଙ୍କୁ ଦାମୀ ଉପହାର ଦେଉଥିବା ଲକ୍ଷ୍ୟ କରାଯାଇଛି।

ସଚିନ ତେନ୍ଦୁଲକର
ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର କ୍ରିକେଟ୍ରୁ ସନ୍ନ୍ୟାସ ନେଇ ସାରିଛନ୍ତି। ହେଲେ ଏତେ ସଫଳତା, ମର୍ଯ୍ୟାଦାର ଅଧିକାରୀ ହୋଇ ବି ଭୁଲି ନାହାନ୍ତି ନିଜ ଗୁରୁଙ୍କୁ। ସେ ଏବେବି ଭାବନ୍ତି ଗୁରୁଙ୍କ ବିନା ତାଙ୍କର ଗତି ନ ଥିଲା। ପ୍ରତିବର୍ଷ ଗୁରୁ ପୂର୍ଣ୍ଣିମାରେ ସେ ନିଜ କୋଚ ରମାକାନ୍ତ ଆଚରେକରଙ୍କ ଘରକୁ ଯାଇ ପାଦ ଛୁଇଁ ପ୍ରଣାମ କରି ଆଶୀର୍ବାଦ ନେଉଥିଲେ। ସଚିନଙ୍କ ଭାରତ ରତ୍ନ ମିଳିବା ପରେ ସେ ମେଡାଲକୁ ନେଇ କୋଚଙ୍କ ପାଖକୁ ଯାଇଥିଲେ।

ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିଜ ପିଲାଦିନର କୋଚ ରାଜକୁମାର ଶର୍ମାଙ୍କୁ ୨୦୧୪ରେ ଏକ ସ୍କୋଡା କାର୍‌ ଉପହାର ଦେଇଥିଲେ।

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ ଦଳର ଉଇକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ ମହେନ୍ଦ୍ର ସିଂ ଧୋନୀଙ୍କୁ ତାଙ୍କ ପିଲାଦିନର କୋଚ କେଶବ ବାନାର୍ଜି ଏକ ଉପହାର ଦେବାକୁ କହିଥିଲେ। ଉପହାରଟି ହେଉଛି ବିଶ୍ୱକପ୍‌ ବିଜୟୀ ହେବା। ୨୦୧୧ରେ ଧୋନୀ ଆଇସିସି ବିଶ୍ୱକପ୍‌ ଜିତି ତାଙ୍କ କୋଚଙ୍କୁ ଉପହାର ଦେଇଥିଲେ।

ହାର୍ଦ୍ଦିକ ପାଣ୍ଡ୍ୟା
ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ କୋଚ ଜିତେନ୍ଦ୍ର ସିଂଙ୍କୁ ଗୁରୁଦକ୍ଷିଣା ସ୍ବରୂପ ଏକ କାର୍‌ ଉପହାର ଦେଇଥିଲେ। ୨୦୧୬ରେ ଅଷ୍ଟ୍ରେଲିଆ ଗସ୍ତରୁ ଫେରି ହାର୍ଦ୍ଦିକ ଜିତେନ୍ଦ୍ରଙ୍କ କ୍ରିକେଟ ଏକାଡେମୀକୁ ଯାଇ ସେଠାରେ ତାଙ୍କୁ ଏହି ଉପହାର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri