ନିଜ ଦେଶରେ ବାସହରା ହୋଇଛନ୍ତି କୋଟିଏରୁ ଊର୍ଦ୍ଧ୍ୱ ଶିଶୁ

ନ୍ୟୁୟକ, ୭ା୫: ନିଜ ଦେଶରେ ବାସହରା ହୋଇଛନ୍ତି ଲକ୍ଷ ଲକ୍ଷ ଶିଶୁ। ପୁଣି ବର୍ଷକ ମଧ୍ୟରେ। ୨୦୧୯ରେ ପୃଥିବୀର ବିଭିନ୍ନ ଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ବିସ୍ଥାପିତ ହୋଇଛନ୍ତି। ୟୁନିସେଫ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରୁ ଏହା ଜଣାପଡ଼ିଛିି। ‘ଲଷ୍ଟ୍‌ ଆଟ୍‌ ହୋମ’ ରିପୋର୍ଟରେ ଦର୍ଶାଯାଇଛି ଯେ, ଆଭ୍ୟନ୍ତରୀଣ ସଙ୍କଟ ଏବଂ ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ଏଭଳି ଘଟିଛି। ତେବେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଅଧିକ ଲୋକ ବାସହରା ହୋଇଥିବା ରିପୋର୍ଟରେ କୁହାଯାଇଛି। ଭାରତ, ବାଂଲାଦେଶ, ଫିଲିପାଇନ୍ସ୍‌ ଏବଂ ଚାଇନାରେ ବିଭିନ୍ନ କାରଣରୁ ଅଧିକ ଲୋକଙ୍କୁ ବେଘର କରିଛି। ୩୮ ଲକ୍ଷ ଶିଶୁ ହିଂସାକାଣ୍ଡ ଯୋଗୁ ବାସହରା ହୋଇଥିବାବେଳେ ୮୨ ଲକ୍ଷ ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ପ୍ରଭାବିତ ହୋଇ ଭିଟାମାଟି ଛାଡିଛନ୍ତି। ଏସବୁ ଶିଶୁଙ୍କ ଯୋଗୁ ଆଗାମୀ ଦିନରେ ଶିଶୁ ଶ୍ରମିକ ଏବଂ ବାଲ୍ୟ ବିବାହ ଭଳି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ବିସ୍ଥାପିତ ଶିଶୁଙ୍କ ସ୍ବାସ୍ଥ୍ୟ ସୁରକ୍ଷା ବିପନ୍ନ ହେବାରେ ଲାଗିଛି। ୨୦୧୯ରେ ପୃଥିବୀରେ ୩କୋଟି ୩୦ ଲକ୍ଷ ଲୋକ ବାସହରା ହୋଇଥିବାବେଳେ କେବଳ ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ୨ କୋଟି ୫୦ ଲକ୍ଷ ବାସସ୍ଥାନ ଛାଡ଼ିଛନ୍ତି। ସେହିପରି ୮୫ ଲକ୍ଷ ଆଭ୍ୟନ୍ତରୀଣ ହିଂସାକାଣ୍ଡ ଯୋଗୁ ଘର ଛାଡିଛନ୍ତି। ପୂର୍ବ ଏସିଆ ଏବଂ ପ୍ରଶାନ୍ତ ମହାସାଗରୀୟ ଉପକୂଳ ଅଞ୍ଚଳରେ ୧ କୋଟିରୁ ଅଧିକ ଲୋକ ବାସସ୍ଥାନ ଛାଡ଼ି ପଳାୟନ କରିଛନ୍ତି। ଭାରତରେ ୨୦୧୯ରେ ବିଭିନ୍ନ କାରଣରୁ ୫୦ ଲକ୍ଷ ୩୭ ହଜାର ଲୋକ ବାଧ୍ୟ ହୋଇ ନିଜର ବାସସ୍ଥାନ ଛାଡ଼ିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ସେଥିମଧ୍ୟରୁ କେବଳ ୫୦ ଲକ୍ଷ ୧୮ ହଜାର ଲୋକ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ବାସ ହରାଇ ବସିଛନ୍ତି। ଅପରପକ୍ଷରେ ୧୯ ହଜାର ଲୋକ ହିଂସାକାଣ୍ଡ ଯୋଗୁ ଘର ଛାଡ଼ିଛନ୍ତି। ଫିଲିପାଇନ୍ସରେ ୪୨ ଲକ୍ଷ ୭୦ ହଜାର ଲୋକ ବିସ୍ଥାପିତ ହୋଇଛନ୍ତି। ବାଂଲାଦେଶରେ ୪୦ ଲକ୍ଷ ୮୦ ହଜାର ଏବଂ ଚାଇନାରେ ୪୦ ଲକ୍ଷ ୩୦ ହଜାର ଲୋକ ଭିଟାମାଟି ଛାଡ଼ିଛନ୍ତି। ୨୦୧୯ ଶେଷ ସୁଦ୍ଧା ପୃଥିବୀର ୪ କୋଟି ୬୦ ଲକ୍ଷ ଲୋକ ନିଜ ଦେଶରେ ବାସହରା ହୋଇଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମହାମାରୀ କରୋନା ସଂକ୍ରମଣ ସମୟରେ ଭିଟାମାଟି ଛାଡିଥିବା ସଭିଙ୍କ ସୁରକ୍ଷା ଚିନ୍ତାର ବିଷୟ ପାଲଟିଛି। ବିସ୍ଥାପିତଙ୍କ ସୁରକ୍ଷା ପାଇଁ ଇତିମଧ୍ୟରେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri