Posted inଜାତୀୟ

ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ଜାମସେଦପୁର ଇଷ୍ଟ୍‌ ନିର୍ବାଚନମଣ୍ଡଳୀରେ ୧୯୯୫ରୁ ଲଗାତର ଜିତିଆସୁଥିବା ରଘୁବର ଏଠି ପ୍ରଥମଥର ପାଇଁ ହାରିଯାଇଛନ୍ତି। ତାଙ୍କ କ୍ୟାବିନେଟର ପୂର୍ବତନ ଖାଦ୍ୟମନ୍ତ୍ରୀ ସରଜୁ ରାୟଙ୍କୁ ଭାଜପା ଟିକେଟ ମିଳି ନ ଥିଲା। ଫଳରେ ସେ ରଘୁବରଙ୍କ ବିରୋଧରେ ସ୍ବାଧୀନ ପ୍ରାର୍ଥୀ ହୋଇଥିଲେ। ଏହି ଆସନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆମତ୍ସମ୍ମାନର ପ୍ରଶ୍ନ ପାଲଟିଥିବାବେଳେ ସରଜୁଙ୍କୁ ଜେଏମ୍‌ଏମ୍‌ ଏବଂ ଭାଜପାର ସହଯୋଗୀ ସଂଯୁକ୍ତ ଜନତା ଦଳ (ଜେଡିୟୁ) ସମର୍ଥନ କରିଥିଲେ। ସରଜୁ ନିର୍ବାଚନରେ ରଘୁବରଙ୍କ ବିରୋଧରେ ଦୁର୍ନୀତିକୁ ବଡ଼ ପ୍ରସଙ୍ଗ କରିଥିଲେ। ଏପରି କି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ଏହାକୁ ନେଇ ଫେରାଦ ହୋଇଥିଲେ। ସରଜୁ ଏହାପୂର୍ବରୁ ଲାଲୁ ଯାଦବ ଓ ମଧୁ କୋଡ଼ାଙ୍କ ବିରୋଧରେ ମଧ୍ୟ ଦୁର୍ନୀତି ଅଭିଯୋଗ ଆଣି ଚର୍ଚ୍ଚାରେ ରହିଥିଲେ। ରଘୁବରଙ୍କ ସହ ତାଙ୍କ କ୍ୟାବିନେଟର ୪ ମନ୍ତ୍ରୀ ଓ ଭାଜପା ରାଜ୍ୟ ସଭାପତି ମଧ୍ୟ ନିର୍ବାଚନରେ ପରାଜୟ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri