Posted inଖେଳ

ନିଜ ମାଟିରେ ପଦାର୍ପଣ ଦିନିକିଆରେ ହାରିଲା ନେପାଳ

କାଠମାଣ୍ଡୁ, ୬।୨- ନେପାଳ କ୍ରିକେଟ୍‌ ଦଳ ଏହାର ଘରୋଇ ମାଟିରେ ପ୍ରଥମଥର ଏକ ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ଖେଳିଛି। ଓମାନ ବିପକ୍ଷ ଏହି ମ୍ୟାଚ୍‌ ସହ ନେପାଳରେ ଏକଦିବସୀୟ କ୍ରିକେଟ୍‌ ମ୍ୟାଚ୍‌ ପଦାର୍ପଣ କରିଥିଲା। ତେବେ ଏହି ମ୍ୟାଚ୍‌ରେ ନେପାଳକୁ ପରାଜରବରଣ କରିବାକୁ ପଡ଼ିଛି। ତ୍ରିରାଷ୍ଟ୍ରୀୟ ସିରିଜର ଏହି ମ୍ୟାଚ୍‌ କିର୍ତ୍ତିପୁର କ୍ରିକେଟ୍‌ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ଦେଖିବା ଲାଗି ହଜାର ହଜାର ନେପାଳ କ୍ରିକେଟ୍‌ପ୍ରେମୀ ଷ୍ଟାଡିୟମକୁ ଆସିଥିଲେ, ଯାହାକି ହିମାଳୟ ଦେଶ ପାଇଁ ଏକ ସ୍ବତନ୍ତ୍ର ଦିବସ ରହିଥିଲା। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଓମାନ ମହମ୍ମଦ ନଦିମ (୬୯)ଙ୍କ ଅର୍ଦ୍ଧଶତକ ବଳରେ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୧୯୭ ରନ କରିଥିଲା। ଘରୋଇ ଦଳ ପକ୍ଷରୁ କେ.ସି. କରନ ସର୍ବାଧିକ ୪ ଉଇକେଟ୍‌ ନେଇଥିଲେ। ଜବାବରେ ନେପାଳ ଶରଦ ଭେଶ୍ୱକର (୫୫) ଓ ଦୀପେନ୍ଦ୍ର ସିଂ (୩୬)ଙ୍କ ଉପଯୋଗୀ ବ୍ୟାଟିଂ ସତ୍ତ୍ୱେ ୪୬.୫ ଓଭରରେ ୧୭୯ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ବିଜୟୀ ଦଳ ପକ୍ଷରୁ ଜିସାନ ମାକ୍‌ସୁଦ ସର୍ବାଧିକ ୩ ଉଇକେଟ୍‌ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?