ନିଜ ସରକାରଙ୍କୁ ସମାଲୋଚନା କଲେ ପାକିସ୍ତାନୀ ଖବରଦାତା

ଇସଲାମାବାଦ,୨୨।୮: ଜମ୍ମୁ-କଶ୍ମୀରରେ ଭାରତ ଅନୁଚ୍ଛେଦ ୩୭୦ ହଟାଇବା ପରଠାରୁ ପାକିସ୍ତାନ ଏକ ପ୍ରକାର ରକ୍ତ ଚାଉଳ ଚୋବାଉଛି କହିଲେ ଚଳେ। ହେଲେ ପାକିସ୍ତାନର ଏଭଳି କାର୍ଯ୍ୟକୁ ନେଇ କେତେଜଣ ପାକିସ୍ତାନୀ ବୁଦ୍ଧିଜିବୀ ଇମ୍ରାନ ସରକାରଙ୍କ ସମାଲୋଚନା କରିଛନ୍ତି। ପୂର୍ବରୁ ଭାରତୀୟ ନାଗରିକତା ପାଇଥିବା ପାକିସ୍ତାନୀ କଳାକାର ଅଦନାନ ସାମୀ କଶ୍ମୀର ମାମଲାରେ ପାକିସ୍ତାନକୁ ସମାଲୋଚନା କରିଥିବା ବେଳେ ଏବେ ପାକିସ୍ତାନୀ ଖବରଦାତା ହସନ ନିସାର ମଧ୍ୟ ପାକିସ୍ତାନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି କଶ୍ମୀର ମାମଲାରେ ପାକିସ୍ତାନ ସ୍ବପ୍ନ ଦେଖିବା ଛାଡି ଦେଉ। ସୂଚନାଯୋଗ୍ୟ, ଅନେକ ସମୟରେ ହସନ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ ଆଲୋଚନା କରୁଥିବା ସାମ୍ବାଦିକଙ୍କ ମଧ୍ୟରେ ବେଶ୍‌ ପରିଚିତ। ଏଥର ହସନଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ପାକିସ୍ତାନ ସରକାରଙ୍କ ବିରୋଧରେ ଖୋଲାଖୋଲି କଥା ହେଉଛନ୍ତି। ଭିଡିଓରେ ଦେଖିବାକୁ ମିଳିଛି କି ହସନ ଏକ ଟେଲିଭିଜନ ଚ୍ୟାନେଲର ଟକ୍‌ ଶୋ’ରେ ଯୋଗ ଦେଇଥିବା ସମୟରେ ସେଠାରେ ଉପସ୍ଥିତ ଥିବା ଜଣେ ବ୍ୟକ୍ତି ତାଙ୍କୁ ପାକିସ୍ତାନର ଭବିଷ୍ୟତ ବିଷୟରେ ପଚାରିବାରୁ ସେ ଇମ୍ରାନ ସରକାରଙ୍କ କଶ୍ମୀର ସ୍ପପ୍ନକୁ ନେଇ ସରକାରଙ୍କ ଉପରେ ଖୁବ୍‌ ବର୍ଷିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri