ନିତ୍ୟାନନ୍ଦ ଆଶ୍ରମରେ ମକର ସଂକ୍ରାନ୍ତି: ଗୀତାଯଜ୍ଞ, ପ୍ରବଚନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼

ବିଜେପୁର,୧୫।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ସହର ଉପକଣ୍ଠ ଗୋପଟିକ୍ରା ନିତ୍ୟାନନ୍ଦ ଆଶ୍ରମରେ ଚାଲିଥିବା ପଞ୍ଚ ଦିବସୀୟ ମକର ସଂକ୍ରାନ୍ତି ମହୋତ୍ସବର ବୁଧବାର ଅନ୍ତିମ ଦିବସରେ ଗୀତା ମହାଯଜ୍ଞ ଓ ପ୍ରବଚନ ଅନୁଷ୍ଠିତ ହୋଇଯାଇଛି। ଭୋରରୁ ଆଶ୍ରମରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ନୀତିକାନ୍ତି କରାଯାଇଥିଲା। ପୂର୍ବାହ୍ନରେ ବଟବୃକ୍ଷ ତଳେ ଲକ୍ଷ୍ମୀ ନାରାୟଣ ପୂଜା ହୋଇଥିଲା। ପରେ ଗୀତା ମହାଯଜ୍ଞ ଅନୁଷ୍ଠିତ ହୋଇଥିଲା। ସୈରେନ୍ଦ୍ରୀ ବେହେରା ଓ ଜଗନ୍ନାଥ ବେହେରା ମୁଖ୍ୟକର୍ତ୍ତା ସମେତ ପଞ୍ଚାନନ ସାହୁ, ଯୋଗୀନ୍ଦ୍ର ମେହେର, ହାଡୁ ମେହେର, ଗୋପୀନାଥ ମେହେର ପ୍ରମୁଖ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ। ମୁଖ୍ୟ ପୁରୋହିତ ସୁରେନ୍ଦ୍ର ମହାପାତ୍ର, ରମା ରମଣ ଗୁରୁ ଯଜ୍ଞ କାର୍ଯ୍ୟ ସମ୍ପାଦନ କରିଥିଲେ। ଆଶ୍ରମ ପରିସରରେ ରାଧା ରମଣ ଗୁରୁ ମକର ଚାଉଳ ବଣ୍ଟନ କରିଥିଲେ। ପରେ ମାନପୁର ଗ୍ରାମର ପାଲା ପରିବେଷିତ ହୋଇଥିଲା। ଉପସ୍ଥିତ ଶ୍ରଦ୍ଧାଳୁମାନଙ୍କୁ ଓଁକାର ଜୀ ମହାରାଜ ଓ ବ୍ୟାସଦେବ ପ୍ରବଚନ ଦେଇଥିଲେ। ବାଉଁଶପୋଲା, ଏମ ଗଣ୍ଡପାଲି, ବିଲେଇପାଲି, ସମଲାଇପଦର, ପାଣିମୋରା, ବିଜେପୁର, କେଉଁଟିପାଲି, କନ୍ଧରା, ଗୁଡିମୁଣ୍ଡା ଆଦି ବିଭିନ୍ନ ଗ୍ରାମର ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ ପରିଲକ୍ଷିତ ହୋଇଥିଲା। ସଂସାର ପଣ୍ଡା, ଲବଣୀ ମେହେର, ଭୂପେନ ଗଡତୀୟା, ଗୁଣନିଧି ବାଗ, ପ୍ରମରାଜ ପଧାନ, କୁମର ପଧାନ ପ୍ରମୁଖ ସ୍ଥାନୀୟ ଗ୍ରାମବାସୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri