ନିଦରୁ ଉଠିଲେ ମହାପ୍ରଭୁ, ଆରମ୍ଭ ହେଲା ଶୁଭକାଳ

ପୁରୀ ଅଫିସ, ୯ା୧୧: ରଥଯାତ୍ରା ପରେ ହରିଶୟନ ଏକାଦଶୀରେ ନିଦ୍ରା ଯାଇଥିଲେ ମହାପ୍ରଭୁ। ଚାରି ମାସ ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ମହାପ୍ରଭୁ ନିଦରୁ ଉଠିଛନ୍ତି। ଏହି କାର୍ତ୍ତିକ ଶୁକ୍ଳ ଏକାଦଶୀକୁ ହରି ଉତ୍‌ଥାପନ ଏକାଦଶୀ କୁହାଯାଏ। ଶ୍ରୀମନ୍ଦିରରେ ଶୁକ୍ରବାର ହରି ଉତ୍‌ଥାପନ ନୀତି ସମ୍ପନ୍ନ ହୋଇଛି। ଠାକୁରଙ୍କ ଏହି ଶୟନ ଚାରିମାସକୁ ଚତୁର୍ମାସ୍ୟା ବୋଲି କୁହାଯାଏ। ଏହି ସମୟରେ ଶୁଭ କାର୍ଯ୍ୟ କରାଯାଏ ନାହିଁ। ମହାପ୍ରଭୁ ନିଦରୁ ଉଠିବା ପରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ଶୁଭ କାଳ ଓ ଶୁଭ କର୍ମ। ମହାପ୍ରଭୁଙ୍କ ପ୍ରତିନିଧି ଭାବେ ଶ୍ରୀନାରାୟଣ, ବଳଭଦ୍ରଙ୍କ ପ୍ରତିନିଧି ଶ୍ରୀବାସୁଦେବ ଏବଂ ଦେବୀ ସୁଭଦ୍ରାଙ୍କ ପ୍ରତିନିଧି ଭାବେ ମା’ ଭୁବନେଶ୍ୱରୀ ଶୟନ ଯାଇଥିଲେ।
ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରେ ହରି ଉତ୍‌ଥାପନ ଏକାଦଶୀ ଅନ୍ୟତମ। ଶ୍ରୀମନ୍ଦିରରେ ବଡ଼ସିଂହାର ଭୋଗ ସରି ହରି ଉତ୍‌ଥାପନ ନୀତି ଆରମ୍ଭ ହୋଇଥିଲା। ରତ୍ନସିଂହାସନ ତଳେ ମହାସ୍ନାନ ପୂଜା ଠା ପରେ ମୁଦିରସ୍ତ ଓ ପଣ୍ଡା ୩ ଜଣ ଖଟଶେଯ ଘର ଉପରକୁ ଯାଇ ତଡାଉ ଶୟନ ପେଡି ମୁଦ ଭାଙ୍ଗିଥିଲେ। ମୁଦିରସ୍ତ ଶୟନ ପେଡି ଖୋଲି କର୍ପୂର, ଆଳତି, ଅଞ୍ଜଳି କରାଇ ୩ଟି ରୁପା ଥାଳିରେ ୩ ଦିଅଁକୁ ବିଜେ କରାଇ ପଣ୍ଡାଙ୍କୁ ସମର୍ପଣ କରିଥିଲେ। ପୂଜାପଣ୍ଡାମାନେ ତିନିଠାକୁରଙ୍କୁ ଖଟୁଲିରେ ବିଜେ କରାଇ ମହାସ୍ନାନ କରାଇଥିଲେ। ମହାସ୍ନାନ ପରେ ଠାକୁରମାନେ ସିଂହାସନକୁ ବିଜେ ହୋଇଥିଲେ। ପରେ ତିନିଠାକୁରଙ୍କ ସର୍ବାଙ୍ଗ ଲାଗି, ନୂଆ ଲୁଗା, ମାଳ ଫୁଲ ଲାଗି ହେବା ସହ ୬ ମୂର୍ତ୍ତି ଅଳଙ୍କାର ବେଶ ହୋଇଥିଲେ। ବଲ୍ଲଭ ବଡସିଂହାର ଭୋଗ ପଟୁଆରରେ ଆସିଥିଲା। ପୂଜାପଣ୍ଡା ସେବକ ଷୋଡ଼ଶ ଉପଚାରରେ ମଣୋହି କରିଥିଲେ। ପରେ ଠାକୁରମାନେ ଶୟନ ଘରକୁ ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri