Posted inଜାତୀୟ

ନିପା ଭାଇରସ୍‌ ଆତଙ୍କ: କେରଳରେ ୬ଜଣିଆ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ,୫।୬: କେରଳରେ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଜଣେ କଲେଜ୍‌ ଛାତ୍ର(୨୩) ମଙ୍ଗଳବାର ଏଥିରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ୮୬ ଜଣଙ୍କୁ ନିରୀକ୍ଷଣ କରାଯାଉଥିବା ଜଣାପଡ଼ିଛି। ଗତବର୍ଷ ମେ ମାସରେ ଏହି ଜୀବନ ନାଶକାରୀ ଭାଇରସ୍‌ କେରଳରୁ ୧୭ ଜଣଙ୍କ ଜୀବନ ନେଇଥିଲା। ଗମ୍ଭୀରତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବସ୍ଥ୍ୟମନ୍ତ୍ରୀ ହର୍ଷବଦ୍ଧର୍ର୍ନ ମଙ୍ଗଳବାର କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେ.କେ. ଶୈଳଜାଙ୍କ ସହ ଆଲୋଚନା କରିଛନ୍ତି। ସାମ୍ପ୍ରତିକ ସ୍ଥିତି ନେଇ କଥାବାର୍ତ୍ତା ହୋଇଥିବାବେଳେ କେନ୍ଦ୍ର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ୬ଜଣିଆ କେନ୍ଦ୍ରୀୟ ଟିମ୍‌ କେରଳ ପଠାଯାଇଛି। ସେଠାରେ ସେମାନେ ପରୀକ୍ଷା ନିରୀକ୍ଷା କରିବେ। ଏନେଇ ଏକ କଣ୍ଟ୍ରୋଲ ରୁମ ଖୋଲାଯାଇଥିବା ସେ କହିଛନ୍ତି। ସରକାର ସବୁ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ପ୍ରକାଶ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଶୈଳଜା କହିଛନ୍ତି ଯେ, ଏର୍ନାକୁଲମ୍‌ ଜିଲାର ନିପା ପୀଡ଼ିତ କଲେଜ ଛାତ୍ର ଏବେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଭଲ ଅଛନ୍ତି। ତେବେ କେତେକ ଜ୍ୱରରେ ପଡ଼ି ଅସୁସ୍ଥ ଥିବାବେଳେ ସେମାନଙ୍କ ପରୀକ୍ଷା ଚାଲିଥିବା ସେ ପ୍ରକାଶ କରିଛନ୍ତି। କେନ୍ଦ୍ରୀୟ ଟିମ୍‌ର ଚିକିତ୍ସା ସହ ସ୍ଥିତି ସମୀକ୍ଷା ଓ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଭରଯୋଗ୍ୟ ସହଯୋଗ ମନୋଭାବ ପରିସ୍ଥିିତି ଉନ୍ନତି ଆଣିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri