ନିମାପଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି :୭ ଦିନରେ ୧ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନିମାପଡ଼ା, ୯।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ପରେ ନିମାପଡ଼ା ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗତ ୭ଦିନ ମଧ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇ ନିମାପଡ଼ା ଓ ଚାରିଛକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଫଳରେ ଲୋକ ଆତଙ୍କିତ ହୋଇ ପଡ଼ିଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ବାହାରେଣା ଗ୍ରାମର ବର୍ଷାରାଣୀ ନାୟକ, ଛତିଆନା ଗ୍ରାମର ପ୍ରଜ୍ଞା ପଟ୍ଟନାୟକ, ବିଶିମାତ୍ରିର ସରସ୍ବତୀ ନାୟକ, ତିରୁଣାର ରିତିରାଜ ଭୋଇ, ବରପଡ଼ାର ସୂର୍ଯ୍ୟନାରାୟଣ ସେଠୀ ପ୍ରମୁଖ ଚାରିଛକ ଡାକ୍ତରଖାନାରେ ଚିକିିତ୍ସିତ ହେଉଛନ୍ତି। ସେହିପରି ନିମାପଡାରେ ଡାକ୍ତରଖାନାରେ ବିଜିପୁର ଗ୍ରାମର ସୁଷମା ଭୋଇ, ଧୀରପୁରର ଉମାମଣି ବେହେରା, ଅଂସାଲର ଗୌରାଙ୍ଗ ବେହେରା, ବିଷ୍ଣୁପୁରର କୁନ୍ତଳା ଭୋଇ ପ୍ରମୁଖ ଚିକିତ୍ସିତ ହେଉଛନ୍ତି। ଏହି ଦୁଇ ଡାକ୍ତରଖାନାରେ ଆବଶ୍ୟକୀୟ ଶଯ୍ୟା ନ ଥିବାରୁ ଉଭୟ ଡାକ୍ତରଖାନାରେ ରୋଗୀମାନେ ବାଧ୍ୟ ହୋଇ ବାରଣ୍ଡାରେ ଓ ତଳେ ଶୋଇ ଚିକିତ୍ସିତ ହେଉଛନ୍ତି। ଏ ସମ୍ପର୍କରେ ନିମାପଡ଼ା ମେଡିକାଲର ଡାକ୍ତର ସୁଶାନ୍ତ ମିଶ୍ର ଏବଂ ଚାରିଛକ ଡାକ୍ତରଖାନର ଡାକ୍ତର ସୁଶାନ୍ତ କୁମାର ଜେନା ଓ ଡାକ୍ତର ଶୁଭମୟ ଚିନ୍ମୟ ସ୍ବାଇଁଙ୍କୁ ପଚାରିବାରେ ଦୂଷିତ ଖାଦ୍ୟ ଓ ପାନୀୟ ଜଳ ସେବନରୁ ଏହି ରୋଗ ବ୍ୟାପୁଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ପାଇଁ ମେଡିକାଲରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଇଞ୍ଜେକସନ୍‌ ଓ ସାଲାଇନ ମହଜୁଦ ରହିଛି। ରୋଗୀମାନଙ୍କୁ ଠିକ୍‌ ଭାବେ ଚିକିତ୍ସା କରାଯାଉଛି ବୋଲି ଡାକ୍ତରମାନେ କହିଛନ୍ତି। ଏଥିପାଇଁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଦୃଷ୍ଟିଦେବା ସହ ନିମାପଡ଼ା ବ୍ଲକର ପ୍ରତ୍ୟେକ ଗ୍ରାମକୁ ଭ୍ରାମ୍ୟମାଣ ଡାକ୍ତରୀ ଦଳ ପଠାଇ ଚିକିତ୍ସା କରିବାକୁ ସାଧାରଣରେ ଦାବି ହେଉଛି। ଗ୍ରାମାଞ୍ଚଳ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଗଁା ଗଣ୍ଡାର ଥିବା ସମସ୍ତ କୂପ, ନଳକୂପ ଓ ପୋଖରୀ ଗୁଡ଼ିକୁ ଯୁଦ୍ଧକାଳୀନ ଭିତ୍ତିରେ ବିଶୋଧନ କରାଯିବା ସହ ବାତ୍ୟା ବିପନ୍ନଙ୍କୁ ପର୍ଯ୍ୟପ୍ତ ପରିମାଣ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri