Posted inପୁରୀ

ନିମାପଡ଼ାରେ ୫ ଦିନ ପାଇଁ ହାଟ, ବଜାର ବନ୍ଦ

ନିମାପଡ଼ା,୫।୪(ଡି.ଏନ.ଏ)- ମହାମାରୀ କରୋନା ସଂକ୍ରମଣର ବିଭୀଷିକା ପାଇଁ ସାରା ଦେଶରେ ଲକଡାଉନ ସହ କେତେକ ସହରରେ ଶଟ୍‌ଡାଉନ ମଧ୍ୟ କରାଯାଇଛି। ଓଡ଼ିଶାରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ସୁରକ୍ଷା ପାଇଁ ନିମାପଡ଼ାରେ ଆସନ୍ତା ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ହାଟ, ବଜାର, ପନିପରିବା, ମାଛ, ମାଂସ, ଅଣ୍ଡା ଆଦି ମାର୍କେଟକୁ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ଏ ନେଇ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ଜଣାଇ ଦିଆଯାଇଛି। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ପ୍ରଶାସନ ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଏହାକୁ ଯଦି କେହି ଅବମାନନା କରନ୍ତି, ତେବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପକ୍ଷେ ପୁରୀ ଜିଲା ପିପିଲିସ୍ଥିତ ଦାନଗହରି ଅଞ୍ଚଳରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପିପିଲି ସମେତ ନିମାପଡ଼ାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଏଥିନିମନ୍ତେ ନିମାପଡ଼ା, ଚାରିଛକ, ଖେଲାର, ହରିପୁର, ବଳଙ୍ଗା, ବାମନାଳ ଆଦି ଅଞ୍ଚଳରେ ନିମାପଡ଼ାକୁ ସଂଯୋଗ କରୁଥିତ୍ବା ସମସ୍ତ ରାସ୍ତାକୁ ସିଲ କରିଦିଆଯାଇଛି। ପ୍ରତି ଛକରେ ପୋଲିସ ବ୍ୟାରିକେଡ ପକାଇ ଯିବାଆସିବା ଯାନବାହନକୁ କଡ଼ା ଯାଞ୍ଚ କରୁଛି। ଲକଡାଉନ ବ୍ୟବସ୍ଥାକୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇଆଇସି ଜନାର୍ଦ୍ଦନ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri