ନିମିତିରେ ବଧୂ ହତ୍ୟା ଅଭିଯୋଗ

ପାରାଦୀପ, ୨୮।୩ (ସ୍ବ.ପ୍ର.)-ପାରାଦୀପ ଲକ୍‌ ଥାନା ଅଧୀନ ନିମିତି ଗ୍ରାମରେ ଶୁକ୍ରବାର ରାତିରେ ଜଣେ ନବବଧୂ ମୁନୁଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ମୁନୁଙ୍କ ବାପା କେନ୍ଦୁଝର ଜିଲା ନନ୍ଦିପଡ଼ା ଥାନା ଅଧୀନ ସରଳା ଗ୍ରାମର ପବିତ୍ର କବି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିବା ସହ ଶନିବାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ମୁନୁଙ୍କ ସ୍ବାମୀ କାଳନ୍ଦୀ ପଣ୍ଡାଙ୍କ ପୁଅ ପପୁନାଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା ଚଳାଇଛି ବୋଲି ଥାନା ସୂତ୍ରରୁ ପ୍ରକାଶ।
ଅଭିଯୋଗ ମୁତାବକ, ୨୦୧୯ ମେ’ରେ ମୁନୁ ନିମିତି ଗ୍ରାମର ପପୁନାଙ୍କୁ ବିବାହ କରିଥିଲେ। ବାହାଘର ପରେ ଶାଶୁଘର ଲୋକେ ଅଧିକ ଯୌତୁକ ଦାବିକରି ଅନେକ ସମୟରେ ମୁନୁଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ତେବେ ଶାଶୁଘର ଲୋକେ ମିଶି ମୁନୁଙ୍କୁ ହତ୍ୟା କରିଛନ୍ତି ବୋଲି ଅଭିଯୋଗ ପତ୍ରରେ ଦର୍ଶାଯାଇଛି। ଅନ୍ୟପଟେ ଶୁକ୍ରବାର ରାତିରେ ମୁନୁ ଓ ପପୁନାଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏହାପରେ ମୁନୁ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri