ନିମ୍ନମାନର ଓପିଡ଼ି ଗୃହ ନିର୍ମାଣ ଘଟଣା: ଅଭିଯୋଗ ପରେ ମରାମତି ଆରମ୍ଭ

ରୂପ୍‌ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଓପିଡ଼ି (ଆଉଟ୍‌ଡୋର ପେସେଣ୍ଟ ଡିପାର୍ଟମେଣ୍ଟ) ଗୃହର ମରାମତି କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି। ସ୍ଥାନୀୟ ସଚେତନ ନାଗରିକ ଏହି ଗୃହ ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରିବା ପରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଠିକା ସଂସ୍ଥାର ମାଲିକଙ୍କ ଉପସ୍ଥିତିରେ ନିମ୍ନମାନର ଇଟା ଯୋଡ଼େଇ ଭଙ୍ଗାଯିବା ସହ ଆବଶ୍ୟକ ମୁତାବକ ବାଲି, ସିମେଣ୍ଟ ଦିଆଯାଇ ପୁଣି ଯୋଡେଇ କରାଯାଇଛି। ଏତଦ୍‌ବ୍ୟତୀତ ନିର୍ମିତ ହୋଇଥିବା ପ୍ଲାଷ୍ଟର ଓ ଟାଇଲ୍‌ସ ଯୋଡ଼େଇ ଖସାଯାଇ ପୁଣି ନିର୍ମାଣ କାର୍ଯ୍ୟ ହୋଇଛି। ଏନ୍‌ଆର୍‌ଏଚ୍‌ଏମ୍‌ ଜେଇ ରାଜଶ୍ରୀ ଦେ ପହଞ୍ଚତ୍ କାର୍ଯ୍ୟର ତଦାରଖ କରିଛନ୍ତି। ୮୦ଲକ୍ଷ ଟଙ୍କାର ବ୍ୟୟ ଅଟକଳ ମୂଲ୍ୟର ନିର୍ମାଣାଧୀନ ଏହି ଗୃହର ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ସ୍ଥାନୀୟ ସରପଞ୍ଚ ପ୍ରତାପ ଦଳାଇ, ସମାଜସେବୀ ଜୟକୃଷ୍ଣ ବେହେରା, ଗଜେନ୍ଦ୍ର ପଣ୍ଡା, ପ୍ରଶାନ୍ତ ପଟ୍ଟନାୟକ, ସଞ୍ଜୟ ପଟ୍ଟନାୟକ, ଅଭୟ ବାରିକ, ବିଷ୍ଣୁ ପ୍ରସାଦ ଦାସ ପ୍ରମୁଖ ଅଭିଯୋଗ କରିଥିଲେ। ଶନିବାର ଆରଡ଼ି ଏସ୍‌ଡ଼ିଓ ଅଶ୍ୱିନୀ କୁମାର ଦଣ୍ଡପାଟ, ଜେଇ ଉମାଶଙ୍କର ବେହେରା, ଜେଇ ରାଜଶ୍ରୀ ଦେ ପ୍ରମୁଖ ପହଞ୍ଚତ୍ ଘଟଣାର ଅନୁଧ୍ୟାନ କରିଥିଲେ। ଠିକ୍‌ ଭାବେ କାର୍ଯ୍ୟ କରିବା ପାଇଁ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତଦନୁଯାୟୀ ଯେଉଁଠି ଅତ୍ୟନ୍ତ ନିମ୍ନମାନର କାର୍ଯ୍ୟ ହୋଇଥିଲା, ସେସବୁ ସ୍ଥାନରେ ମରାମତି ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri