ନିମ୍ନମାନର ଚାଉଳ ନେଲେନି ହିତାଧିକାରୀ : ନରସିଂହପୁର ପଞ୍ଚାୟତରେ ଚାପା ଉତ୍ତେଜନା

ରଣପୁର,୧୬ା୯(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତର ରାଶନ କାର୍ଡ ହିତାଧିକାରୀମାନେ ନିମ୍ନମାନର ଚାଉଳ ନ ନେଇ ଫେରାଇ ଦେଇଛନ୍ତି। ଏହି ଘଟଣାକୁ ନେଇ ରବିବାର କିଛି ସମୟ ପାଟିତୁଣ୍ଡ ହେବା ସହ ହିତାଧିକାରୀ ଅସନ୍ତୋଷ ବ୍ୟକ୍ତ କରି ଫେରି ଯାଇଛନ୍ତି। ଏହି ପଞ୍ଚାୟତରେ ୮୦୫ କାର୍ଡଧାରୀ ଚାଉଳ ନେଉଛନ୍ତି। ଓଡଗାଁ ମିଲର ପଞ୍ଚାୟତକୁ ଚାଉଳ ଯୋଗାଉଛନ୍ତି। ହେଲେ ଚାଉଳ କଳା ଓ ନାଲି ରଙ୍ଗର ଥିବା ଦେଖିବାକୁ ମିଳିଥିଲା । ତାହା ପୁଣି ଭଲ ବାସ୍ନା ନ ଥିଲା । ଏ ନେଇ ସରପଞ୍ଚ ନିତ୍ୟାନନ୍ଦ ପରିଡା କୁହନ୍ତି, ନିମ୍ନମାନର ଚାଉଳକୁ ଦେଖି ହିତାଧିକାରୀ ଅସନ୍ତୋଷ ବ୍ୟକ୍ତ କରି ଚାଉଳ ନ ନେଇ ଫେରିଯାଇଥିଲେ। ଚାଉଳ ଦେଖିବା ପରେ ଏହା ଉତ୍କୃଷ୍ଟ ମାନର ନୁହେଁ ବୋଲି ଜଣାପଡୁଛି । ବ୍ଲକ ଯୋଗାଣ ଅଧିକାରୀ ବି.ଇ. ହରସ କୁହନ୍ତି, ରାଶନ କାର୍ଡ ହିତାଧିକାରୀଙ୍କୁ ଯୋଗାଇ ଦିଆଯାଉଥିବା ଚାଉଳ ନିମ୍ନମାନର ଆସିଥିବା ଜଣାପଡିଛି। ହିତାଧିକାରୀଙ୍କ ଅଭିଯୋଗ ପରେ ଆମେ ଯାଞ୍ଚ କରି ଏହାକୁ ଫେରସ୍ତ କରିବୁ । ପୁଣି ସେମାନଙ୍କୁ ଉତ୍କୃଷ୍ଟ ମାନର ଚାଉଳ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri