ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ ପାଖରେ ମଧ୍ୟ ବସିରହୁଛନ୍ତି। ସ୍କୁଲ ପରିସରରେ ୧୧୦ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଓ ୪୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସକୁ ନିମ୍ନମାନର ଚାଉଳ ଯୋଗାଣର ଯାଞ୍ଚ ନ ହେବା, ଶିକ୍ଷାନୁଷ୍ଠାନ ପରିଚାଳନାଗତ ସମସ୍ୟା ପ୍ରତି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା, ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରଭୃତି ଦାବି ପୂରଣ ଲାଗି ଅଭିଭାବକ ଓ ଗ୍ରାମବାସୀ ଜିଦ୍‌ରେ ଅଡି ବସିଛନ୍ତି। ବ୍ଲକ ଶିକ୍ଷାଧିକାରୀ ଦୁଃଶାସନ ସିଂ ଏବଂ ବିଆରସି କମଳ ଲୋଚନ ବିଶ୍ୱାଳ ଆସି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ସମାଧାନର ବାଟ ଫିଟି ନାହିଁ। ଜିଲା ଶିକ୍ଷାଧିକାରୀ ଏଠାକୁ ନ ଆସିଲେ ତାଲା ଖୋଲିବନାହିଁ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଆନ୍ଦୋଳନକାରୀ ଅଭିଭାବକ ଦର୍ଶାଇଛନ୍ତି ଯେ, ଅନ୍ତେବାସୀଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ କିଛି ନୂଆ କଥା ନୁହେଁ। ବାରମ୍ବାର ଗନ୍ଧଯୁକ୍ତ ଚାଉଳ ଯୋଗାଣ ହେଉଥିବାରୁ ଏହାକୁ ରୋଷେଇ କରି ପିଲାଙ୍କୁ ଦିଆଯାଉଛି। ପରିଚାଳନାଗତ ସମସ୍ୟା ଯୋଗୁ ଶିକ୍ଷାନୁଷ୍ଠାନରେ ପାଠପଢ଼ା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗ୍ରାମବାସୀଙ୍କ ଅଭିଯୋଗ ସତ୍ତ୍ୱେ ଶିକ୍ଷା ବିଭାଗ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ ନେବାରୁ ୪ଦିନ ହେଲା ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣରୁ ବଞ୍ଚିତ ହୋଇଛନ୍ତି। ଶିକ୍ଷାନୁଷ୍ଠାନକୁ କେନ୍ଦ୍ର କରି ଉତ୍ତେଜନା ଲାଗିରହିଥିବାରୁ ବାରିଆ ଥାନା ପୋଲିସ ପରିସ୍ଥିତି ପ୍ରତି ନଜର ରଖିଥିବା ଥାନା ଅଧିକାରୀ ସୁଶାନ୍ତ ମହାନ୍ତି କହିଛନ୍ତି। ଏସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ହେନାରାଣୀ ସ୍ବାଇଁଙ୍କୁ ପଚାରିବାରୁ କହିଛନ୍ତି, ୪ଜଣ ରୋଷେୟାଙ୍କ ମଧ୍ୟରୁ ଜଣକୁ ଅଫିସ ନିର୍ଦ୍ଦେଶ ମୁତାବକ କାର୍ଯ୍ୟରୁ ଅନ୍ତର କରାଯାଇଛି। ଯୋଗାଣ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ଚାଉଳକୁ କେନ୍ଦ୍ରକରି ଏଭଳି ଅପ୍ରୀତିକର ପରିସ୍ଥିତି ଉପୁଜିଛି। ଏନେଇ ସେ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଛନ୍ତି। ନିମ୍ନମାନର ଚାଉଳକୁ ନେଇ ଶିକ୍ଷାଦାନରେ ବିଶୃଙ୍ଖଳା ହେବା ସହିତ ଆମ୍ଭେମାନେ ମାନସିକ ଚାପର ସମ୍ମୁଖୀନ ହେଉଛୁ ବୋଲି କେତେକ ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ କହିଛନ୍ତି। ବ୍ଲକ ଶିକ୍ଷାଧିକାରୀ ସିଂଙ୍କୁ ପଚାରିବାରୁ ଏସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ କରାଯାଇଛି ବୋଲି କହିଛନ୍ତି। ଛାତ୍ରାବାସ, ଛାତ୍ରୀ ନିବାସ, ଆଶ୍ରମ ବିଦ୍ୟାଳୟଗୁଡିକୁ ଯୋଗଇ ଦିଆଯାଉଥିବା ଚାଉଳ ସମ୍ପର୍କରେ ଝୁମ୍ପୁରା ଯୋଗାଣ ଅଧିକାରୀ ସରିତା ମିର୍ଦ୍ଧାଙ୍କୁ ପଚାରିବାରୁ ସେ ଘଟଣା ଅନୁଧ୍ୟାନ କରି ଦେଖିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri