ଛତ୍ରପୁର,୧୮ା୧୨(ଡି.ଏନ.ଏ)- ବେଗୁନିଆପଡ଼ା ବ୍ଲକର ଗର୍ଭବତୀ, ଶିଶୁଙ୍କୁ ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ ଘଟଣା ଭିନ୍ନମୋଡ ନେଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ କମିଟି ବେଗୁନିଆପଡା ବ୍ଲକକୁ ଛତୁଆ ଯୋଗାଣ ଦାୟିତ୍ୱ ଦିଆଯାଇଥିବା ଖଲ୍ଲିକୋଟ ବ୍ଲକର ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍ଏଚଜି)ର ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ଯାଇ ତଦନ୍ତ କରିଛନ୍ତି। ତେବେ ଉକ୍ତ କମିଟି ଏ ଯାଏ ରିପୋର୍ଟ ଦାଖଲ କରିନି। ରିପୋର୍ଟ ଦାଖଲ ପରେ ଜିଲାପାଳ କିଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ତାହାକୁ ଅପେକ୍ଷା କରାଯାଇଛି। ଅନ୍ୟପକ୍ଷରେ କମିଟି ତଦନ୍ତ କରୁଥିବା ବେଳେ ଉକ୍ତ ଏସଏଚଜି ପକ୍ଷରୁ ଷ୍ଟୋରରୁମ୍କୁ ଦେଖାଯାଇ ନ ଥିବା ଜଣାପଡିଛି। ଯାଞ୍ଚ କମିଟିରେ ଆସିକା, ହିଞ୍ଜିଳି, ଛତ୍ରପୁର, ପୁରୁଷୋତ୍ତମପୁର ଓ ଭଞ୍ଜନଗର ସିଡିପିଓ ପ୍ରମୁଖ ଥିଲୋ ଜିଲାପାଳଙ୍କ ନିର୍ଦ୍ଦେଶରେ ଉକ୍ତ ଏସଏଚଜିକୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ସୂଚନାଯୋଗ୍ୟ, ନଭେମ୍ବର ୪ ତାରିଖରେ ରାଜ୍ୟ ବିଧାନସଭା ଗୃହ କମିଟି (ମହିଳା ଓ ଶିଶୁ କଲ୍ୟାଣ) ୨ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ବ୍ଲକର ଅଙ୍ଗନୱାଡି କେନ୍ଦ୍ର ଓ ଛତୁଆ ପ୍ରସ୍ତୁତି କେନ୍ଦ୍ର ପରିଦର୍ଶନ କରିଥିଲେ। ପରେ ନଭେମ୍ବର ୫ରେ କମିଟିର ଅଧ୍ୟକ୍ଷା ତଥା ଚିକିଟି ବିଧାୟିକା ଉଷାଦେବୀ ଏବଂ ଅନ୍ୟ ବିଧାୟିକାମାନେ ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ସମୀକ୍ଷା ବୈଠକ କରିଥିଲେ। ବେଗୁନିଆପଡା ବ୍ଲକକୁ ଖଲ୍ଲିକୋଟ ବ୍ଲକର ଦାୟିତ୍ୱରେ ଥିବା ମହିଳା ସଂଘ ଛତୁଆ ଯୋଗାଉଛି। ଯାହାକି ଅତ୍ୟନ୍ତ ନିମ୍ନମାନର ବୋଲି କମିଟି କହିବା ସହ ଉକ୍ତ ଛତୁଆର ନମୁନା ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଜିଲାପାଳ ଉକ୍ତ ଛତୁଆ ଖାଇବା ପରେ କାରଣ ଦର୍ଶାଅ ନୋଟିସ୍ ଜାରି କରି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
Archives


