ନିମ୍ନମାନର ଛତୁଆ ଯୋଗାଣ ପ୍ରସଙ୍ଗ: ତଦନ୍ତ ରିପୋର୍ଟକୁ ଅପେକ୍ଷା, ନୋଟିସ୍‌ ଜାରି

ଛତ୍ରପୁର,୧୮ା୧୨(ଡି.ଏନ.ଏ)- ବେଗୁନିଆପଡ଼ା ବ୍ଲକର ଗର୍ଭବତୀ, ଶିଶୁଙ୍କୁ ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ ଘଟଣା ଭିନ୍ନମୋଡ ନେଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ କମିଟି ବେଗୁନିଆପଡା ବ୍ଲକକୁ ଛତୁଆ ଯୋଗାଣ ଦାୟିତ୍ୱ ଦିଆଯାଇଥିବା ଖଲ୍ଲିକୋଟ ବ୍ଲକର ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚଜି)ର ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ଯାଇ ତଦନ୍ତ କରିଛନ୍ତି। ତେବେ ଉକ୍ତ କମିଟି ଏ ଯାଏ ରିପୋର୍ଟ ଦାଖଲ କରିନି। ରିପୋର୍ଟ ଦାଖଲ ପରେ ଜିଲାପାଳ କିଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ତାହାକୁ ଅପେକ୍ଷା କରାଯାଇଛି। ଅନ୍ୟପକ୍ଷରେ କମିଟି ତଦନ୍ତ କରୁଥିବା ବେଳେ ଉକ୍ତ ଏସଏଚଜି ପକ୍ଷରୁ ଷ୍ଟୋରରୁମ୍‌କୁ ଦେଖାଯାଇ ନ ଥିବା ଜଣାପଡିଛି। ଯାଞ୍ଚ କମିଟିରେ ଆସିକା, ହିଞ୍ଜିଳି, ଛତ୍ରପୁର, ପୁରୁଷୋତ୍ତମପୁର ଓ ଭଞ୍ଜନଗର ସିଡିପିଓ ପ୍ରମୁଖ ଥିଲୋ ଜିଲାପାଳଙ୍କ ନିର୍ଦ୍ଦେଶରେ ଉକ୍ତ ଏସଏଚଜିକୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ସୂଚନାଯୋଗ୍ୟ, ନଭେମ୍ବର ୪ ତାରିଖରେ ରାଜ୍ୟ ବିଧାନସଭା ଗୃହ କମିଟି (ମହିଳା ଓ ଶିଶୁ କଲ୍ୟାଣ) ୨ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ବ୍ଲକର ଅଙ୍ଗନୱାଡି କେନ୍ଦ୍ର ଓ ଛତୁଆ ପ୍ରସ୍ତୁତି କେନ୍ଦ୍ର ପରିଦର୍ଶନ କରିଥିଲେ। ପରେ ନଭେମ୍ବର ୫ରେ କମିଟିର ଅଧ୍ୟକ୍ଷା ତଥା ଚିକିଟି ବିଧାୟିକା ଉଷାଦେବୀ ଏବଂ ଅନ୍ୟ ବିଧାୟିକାମାନେ ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ସମୀକ୍ଷା ବୈଠକ କରିଥିଲେ। ବେଗୁନିଆପଡା ବ୍ଲକକୁ ଖଲ୍ଲିକୋଟ ବ୍ଲକର ଦାୟିତ୍ୱରେ ଥିବା ମହିଳା ସଂଘ ଛତୁଆ ଯୋଗାଉଛି। ଯାହାକି ଅତ୍ୟନ୍ତ ନିମ୍ନମାନର ବୋଲି କମିଟି କହିବା ସହ ଉକ୍ତ ଛତୁଆର ନମୁନା ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଜିଲାପାଳ ଉକ୍ତ ଛତୁଆ ଖାଇବା ପରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri