ନିମ୍ନମାନର ରାସ୍ତା କାମ ନେଇ ଭିଡିଓ ଭାଇରାଲ

ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଠିକ୍‌ ପରିମାଣର ସିମେଣ୍ଟ ଓ ଚିପ୍ସ ଦିଆ ନ ଯାଇ ବାଲି ପରିମାଣକୁ ବୃଦ୍ଧି କରାଯାଇ ରାସ୍ତାକାମ ଚାଲୁଥିବା ଉକ୍ତ ଭିଡିଓରୁ ଜଣାଯାଇଛି। ଅଭିଯୋଗ ଅନୁଯାୟୀ, ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଗ(ଆର୍‌ଡି) ଅଧୀନରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ବାଘୁଆପାଳଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ୮ କି.ମି. ୬ ମିଟର ରାସ୍ତା ପାଇଁ ୩ କୋଟି ୮ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟ ଅଟକଳ ରହିଛି ା ଏହାର ଚୁକ୍ତି ଅବଧି ୫ବର୍ଷ ରହିଥିବା ବେଳେ ରକ୍ଷଣାବେକ୍ଷଣ ପାଇଁ ୨୧ଲକ୍ଷ ୩୭ ହଜାର ଟଙ୍କା ରହିଛି। ଠିକାଦାରଙ୍କ ଦ୍ୱାରା କରାଯାଉଥିବା କାର୍ଯ୍ୟ ଅତି ନିମ୍ନମାନର ହେଉଥିବା ବେଳେ ଏଷ୍ଟିମେଟ ଅନୁଯାୟୀ କାର୍ଯ୍ୟ ହେଉ ନ ଥିବା ଜଣାଯାଇଛି। ରାସ୍ତା ଉପରେ ସାଢ଼େ ୬ ଇଞ୍ଚର ପକ୍କା ଢଳେଇ ହେବାର ନିୟମ ଥିବା ବେଳେ ଠିକାଦାର ୪ରୁ ୫ ଇଞ୍ଚ ମଧ୍ୟରେ କରୁଛନ୍ତି। ଢଳେଇରେ ୨୦ ଏମ୍‌ଏମ୍‌ ଚିପ୍ସ ଦେବା ସ୍ଥାନରେ ୧୦ ଏମ୍‌ଏମରେ କାମ ହେଉଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରେ ୨ଫୁଟ ଗଭୀର ମଧ୍ୟରୁ କଂକ୍ରିଟ ନିର୍ମାଣ କରିବାକୁ ଥିବା ବେଳେ ମାତ୍ର ୬ ଇଞ୍ଚର ୱାଲ୍‌ ନିର୍ମାଣ କରାଯାଉଛି। କମ୍‌ ପରିମାଣର ସିମେଣ୍ଟ ଦେଇ ଅଧିକ ମାତ୍ରାରେ ବାଲି ମିଶାଇ କାର୍ଯ୍ୟ କରାଯାଉଥିବା ଭାଇରାଲ ଭିଡିଓରୁ ଜଣାପଡିଛି ା ବିଭାଗୀୟ କେତେକ ଅଧିକାରୀଙ୍କ ସଲାସୁତରାରେ ଏଭଳି ନିମ୍ନମାନର କାର୍ଯ୍ୟ ହେଉଥିବା ନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଛି। ଏ ସମ୍ପର୍କରେ ସମିତି ସଭ୍ୟ ପ୍ରକାଶ କରମହାପାତ୍ର ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀଯନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ା ସହକାରୀ ଯନ୍ତ୍ରୀଙ୍କ ସହ ଯୋଗାଯୋଗ କରିବାରୁ ସେ ନିର୍ମାଣ କାର୍ଯ୍ୟର ତଦନ୍ତ କରିବେ ବୋଲି କହିଛନ୍ତି। ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟରେ ସ୍ବଚ୍ଛତା ଆଣିବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri