ନିଯୁକ୍ତି ପ୍ରଦାନରେ କେନ୍ଦ୍ର, ରାଜ୍ୟ ସରକାର ବିଫଳ

ରାହାମା,୨ା୨(ଡି.ଏନ.ଏ.): ଆଜିର ଦିନରେ ଜାତୀୟ ନାଗରିକତା ଅଭିଲେଖ ନୁହେଁ ବରଂ ଜାତୀୟ ବେରୋଜଗାର ଅଭିଲେଖର ଆବଶ୍ୟକତା ରହିଛି। ଜଗତ୍‌ସିଂହପୁର ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଅଶ୍ୱିନୀ ସ୍ବାଇଁ କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏକଥା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସମଗ୍ର ଦେଶରେ ନ୍ୟାଶନାଲ ରେଜିଷ୍ଟ୍ରାର ଅଫ ସିଟିଜେନଶିପ(ଏନଆରସି)କୁ ନେଇ ବାଦବିବାଦ ଲାଗି ରହିଥିବାବେଳେ ଭାରତୀୟ ଯୁବ କଂଗ୍ରେସ ଦ୍ୱାରା ନ୍ୟାଶନାଲ ରେଜିଷ୍ଟ୍ରାର ଅଫ ଅନ୍‌ଏମ୍ପ୍ଲୟମେଣ୍ଟ ନାମକ ଏକ ରାଷ୍ଟ୍ର ବ୍ୟାପୀ ପ୍ରଚାର ଅଭିଯାନ ଆରମ୍ଭ କରାଯାଇଛି। ତେଣୁ ଏହାକୁ ଜୋରଦାର କରିବାକୁ ସେ ନିଜର କର୍ମୀଙ୍କ ସହ ଜିଲାର ବେରୋଜଗାର ଯୁବତୀଯୁବକଙ୍କୁ ଆହ୍ବାନ କରିଛନ୍ତି। ସେ ଅଭିଯୋଗ କରିଛନ୍ତି, କେନ୍ଦ୍ରରେ ଭାଜପା ଓ ରାଜ୍ୟରେ ବିଜେଡି ସରକାର ଶିକ୍ଷିତ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାରେ ବିଫଳ ହୋଇଛନ୍ତି। ସିଏସଆଇଇର ଏକ ସର୍ବେକ୍ଷଣ ଅନୁଯାୟୀ, ୫ବର୍ଷରେ ଦେଶର ୫କୋଟି ଯୁବତୀଯୁବକ ବେରୋଜଗାର ଅଛନ୍ତି। ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ ରିପୋର୍ଟ ମୁତାବକ,୨୦୧୭-୨୦୧୮ ବର୍ଷରେ ବେରୋଜଗାରୀଙ୍କ ଆତ୍ମହତ୍ୟା, କୃଷକଙ୍କ ଆତ୍ମହତ୍ୟାଠାରୁ ମଧ୍ୟ ଅଧିକ। ବିମୁଦ୍ରୀକରଣ ପରେ ଲକ୍ଷାଧିକ ଲୋକ ଚାକିରି ହରାଇଛନ୍ତି। ଏଥିପାଇଁ ସର୍ବଭାରତୀୟ ଯୁବ କଂଗ୍ରେସ ତରଫରୁ ଯୁବତୀଯୁବକଙ୍କୁ ଏହି ଅଭିଯାନରେ ସାମିଲ କରାଯିବା ନିମନ୍ତେ ନାମ ପଞ୍ଜୀକରଣ ପାଇଁ ଏକ ଟୋଲ୍‌ ଫ୍ରି ନମ୍ବର ୮୧୫୧୯୯୪୪୧୧ ଜାରି କରାଯାଇଛି। ଏହି ନମ୍ବରରେ ମିସ୍‌ଡକଲ୍‌ ଦେଇ ନିଜକୁ ପଞ୍ଜୀକରଣ କରାଇବାକୁ ସୂଚନା ଦେଇଛନ୍ତି। ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଦେବାଶିଷ ନାଥଶର୍ମା, ସୁଦାମ ସ୍ବାଇଁ ଓ ସୌମ୍ୟପ୍ରୀତମ୍‌ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri