Posted inଖେଳ

ନିରପେକ୍ଷ ଭେନ୍ୟୁ ପାଇଁ ଏଆଇଟିଏ ଅନୁରୋଧର କରିବ

ନୂଆଦିଲ୍ଲୀ,୮।୮(ପି.ଟି.)- ଜମ୍ମୁ- କଶ୍ମୀରରେ ଧାରା ୩୭୦ର ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ରାଜନୈତିକ ଓ କୂଟନୈତିକ ସମ୍ପର୍କରେ ତିକ୍ତତା ଦେଖାଦେଇଛି। ଫଳରେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦ୍‌ରେ ଆସନ୍ତା ମାସରେ ଆୟୋଜନ ହେବାକୁ ଥିବା ପାକିସ୍ତାନ ବିପକ୍ଷ ଡେଭିସ୍‌ କପ୍‌ ମ୍ୟାଚ୍‌ ନେଇ ଭାରତ ଚିନ୍ତା ପ୍ରକଟ କରିଛି। ପାକିସ୍ତାନରେ ନ ଖେଳି ଭାରତ ଏହି ଟାଇ କୌଣସି ନିରପେକ୍ଷ ଭେନ୍ୟୁରେ ଖେଳିବାକୁ ଚାହୁଁଛି। ଏ ନେଇ ଅଲ୍‌ ଇଣ୍ଡିଆ ଟେନିସ୍‌ ଆସୋସିଏଶନ୍‌ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ (ଆଇଟିଏଫ୍‌)କୁ ସମସ୍ୟା ଜଣାଇବା ସହ ନିରପେକ୍ଷ ଭେନ୍ୟୁ ପାଇଁ ଅନୁରୋଧ କରିବ ବୋଲି କହିଛି। ପାକିସ୍ତାନ ଟେନିସ ଫେଡେରେଶନ ମଧ୍ୟ ଆଇଟିଏଫ୍‌ ଯେଉଁ ନିଷ୍ପତ୍ତି ନେବ ତାହାକୁ ଗ୍ରହଣ କରିବ ବୋଲି କହିଛି।
ଦୁଇ ଦିନିଆ ଡେଭିସ୍‌ କପ୍‌ ଟାଇ ଇସ୍‌ଲାମାବାଦ୍‌ରେ ସେପ୍ଟେମ୍ବର ୧୪ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧମୂଳକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ପାକିସ୍ତାନରେ ଭାରତୀୟ ଖେଳାଳିଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ଏଆଇଟିଏ ସାଧାରଣ ସମ୍ପାଦକ ହିରୋନମୟ ଚାଟାର୍ଜୀ କହିଛନ୍ତି। ଡେଭିସ୍‌ କପ୍‌ ଟାଇ ଏବେ ପ୍ରଭାବିତ ହେବାର ଆଶଙ୍କା ରହିଛି। ତେବେ ବର୍ତ୍ତମାନ କିଛି କହିବା ଠିକ୍‌ ନୁହଁ। ଦିନେ ଦୁଇଦିନ ମଧ୍ୟରେ ଏ ନେଇ ସ୍ଥିତି ସ୍ପଷ୍ଟ ହେବ ବୋଲି ହିରୋନମୟ ଆଶା ପ୍ରକାଶ କରିଛନ୍ତି। ଏହାପରେ ଯାଇ ଆମେ ଆଇଟିଏଫ୍‌କୁ ଅବଗତ କରାଇବୁ ଓ ଅବଶ୍ୟକ ହେଲେ ନିରପେକ୍ଷ ଭେନ୍ୟୁ ନେଇ ଅନୁରୋଧ କରିବୁ ବୋଲି ସେ କହିଛନ୍ତି।
ପାକିସ୍ତାନ ଭିଜା ନ ଦେଲେ ଆମେ ସେଠାକୁ କିପରି ଯିବୁ ବୋଲି ସେ ପ୍ରଶ୍ନ କରିଛନ୍ତି। ସେ ଭିଜା ଦେଇ ନ ପାରନ୍ତି। ଯଦି ବି ଭିଜା ମିଳେ ତାହେଲ ପାକିସ୍ତାନର ଅବଶ୍ରକୀୟ ସୁରକ୍ଷା ମିଳିବା ନେଇ ମଧ୍ୟ ଆଶଙ୍କା ରହିଛି। ତେଣେ ଏଆଇଟିଏ ସମ୍ମୁଖରେ ଏକାଧିକ ସମସ୍ୟା ରହିଛି ବୋଲି ସେ କହିଛନ୍ତି। ସେପଟେ ଏଭଳି ପରିସ୍ଥିତିରେ ଆଇଟିଏଫ୍‌ ଯାହା ନିର୍ଦ୍ଦେଶ ଦେବ ଆମେ ତାହା ପାଳନ କରିବୁ ବୋଲି ପାକିସ୍ତାନ ଟେନିସ ଫେଡେରେଶନ (ପିଟିଏଫ୍‌) ଅଧ୍ୟକ୍ଷ ସଲିମ ସୈଫୁଲ୍ଲା ଖାଁ କହିଛନ୍ତି। ଇସଲାମାବାଦ୍‌ରେ ଭାରତୀୟ ଖେଳାଳିଙ୍କୁ ଆମେ ସୁରକ୍ଷା ଦେଇ ପାରିବୁ। ବିଜୟ କିମ୍ବା ପରାଜୟ ବଡ଼ କଥା ନୁହଁ। କିନ୍ତୁ ସୁରାକ୍ଷା ତଥା ନରାପତ୍ତା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ତେବେ ଏବେଠାରୁ ଏ ନେଇ କିଛି କହିବା ଠିକ୍‌ ହେବ ନାହିଁି। ବର୍ତ୍ତମାନ ମ୍ୟାଚ୍‌କୁ ସ୍ଥାନନ୍ତର କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri