ନିରାକାରପୁର ଅଞ୍ଚଳରେ ଖୋଲିଲା ୬ ଏଟିଏମ୍‌, ପ୍ରବଳ ଭିଡ଼: ଏସ୍‌ବିଆଇ ଏଟିଏମ୍‌ ନ ଖୋଲିବାରୁ ଅସନ୍ତୋଷ

ନିରାକାରପୁର,୨୬ା୫(ଡି.ଏନ.ଏ.)-ଫନୀ ବାତ୍ୟା ପରେ ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିଲା। ଏଥିଯୋଗୁ ଗ୍ରାହକଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଥିଲା। ଚଳିତ ମାସ ୨୩ ତାରିଖରେ ‘ଏଟିଏମ୍‌ ସେବା ଠପ୍‌ ଯୋଗୁ ଅସନ୍ତୋଷ’ ଶୀର୍ଷକ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ସ୍ଥାନୀୟ ୭ ଏଟିଏମ୍‌ କେନ୍ଦ୍ର ମଧ୍ୟରୁ ଶନିବାର ୬ଟି ଖୋଲିଛି। ତେବେ ଦୀର୍ଘଦିନ ପରେ କେନ୍ଦ୍ରଗୁଡ଼ିକ କାର୍ଯ୍ୟକ୍ଷମ ହୋଇଥିବାରୁ ପ୍ରବଳ ଭିଡ଼ ଦେଖାଦେଇଥିଲା। ତେବେ ସ୍ଥାନୀୟ ଏସ୍‌ବିଆଇ ଏଟିଏମ୍‌ଟି ଖୋଲି ନ ଥିବାରୁ ଏବେ ମଧ୍ୟ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହାବ୍ୟତୀତ କାର୍ଯ୍ୟକ୍ଷମ ଏଟିଏମ୍‌ଗୁଡ଼ିକରେ ଆବଶ୍ୟକ ପରିମାଣର ଟଙ୍କା ନ ଥିବା ଅଭିଯୋଗ ହୋଇଛି । ଯେଉଁ ଏଟିଏମ୍‌ଟି ଅଚଳ ହୋଇଛି ତାହାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ସହ ଯଥେଷ୍ଟ ପରିମାଣରେ ଟଙ୍କା ରଖିବାକୁ ଗ୍ରାହକ ମହଲରେ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜାତୀୟ ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri