ନିରାଡମ୍ବରରେ ପାଳିତ ହେବ ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧବାର୍ଷିକୀ, ଜାରି ରହିବ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଏଥିସହ ପ୍ରବାଦ ପୁରୁଷଙ୍କ ଦେଶ ତଥା ଓଡ଼ିଆ ଜାତି ପ୍ରତି ଥିବା ତ୍ୟାଗପୁତ ଜୀବନୀ ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ। ଦୀର୍ଘଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ (ରକ୍ତ ସଂଗ୍ରହ ) କାର୍ଯ୍ୟ ଜାରି ରଖିବେ। ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସାସ୍ଥ୍ୟଗତ ସମସ୍ୟାରେ ନ ପଡନ୍ତି, ସେଥି ପ୍ରତି ଦୃଷ୍ଟି ଦେବାକୁ ବିଜେଡ଼ି ସଭାପତି ଦଳର ପ୍ରତିଟି କର୍ମୀ,ନେତା ଏବଂ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତ। ମାନ୍ୟବର ସଭାପତିଙ୍କର ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ସଫଳତାର ସହ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜାରି ରହିଥିବାରୁ,ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଏଭଳି ଏକ କଠିନ ସମୟରେ ରକ୍ତଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କ ଦେଶସେବା ଓ ଉସର୍ଗ୍ରୀକୃତ ମନୋଭାବକୁ ସବୁଦିନ ମନେ ରଖିବି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତ ପ୍ରକାଶ କରିଛନ୍ତି। ବିଜୁ ଜନତା ଦଳର ଅଗଣିତ କର୍ମୀ, ଶୁଭେଚ୍ଛୁ, ନେତୃମଣ୍ଡଳୀ, ଛାମୁଆ ସଙ୍ଗଠନର କର୍ମକର୍ତ୍ତାମାନଙ୍କୁ ନିବେଦନ କରାଯାଉଛି। କୌଣସି ପରିସ୍ଥିତିରେ ପଦାକୁ ନ ବାହାରି ଘର ଭିତରେ ପ୍ରବାଦ ପୁରୁଷଙ୍କ ପ୍ରତି ନିଜର ଶ୍ରଦ୍ଧା ନିବେଦନ କରିବାକୁ ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା, ଆଜି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡ଼ି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ବୁଧବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri