ନିରାଡ଼ମ୍ବରରେ ଜନ୍ମଦିନ ପାଳିବେ ପ୍ରଭୁ ଶ୍ରୀରାମ

ଭୁବନେଶ୍ୱର,୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଛି ରାଜ୍ୟର ସମସ୍ତ ମଠ, ମନ୍ଦିର ଓ ମସ୍‌ଜିଦ। ଏଭଳିସ୍ଥଳେ ଗୁରୁବାର ହେଉଛି ପବିତ୍ର ରାମନବମୀ। ସର୍ବସାଧାରଣଙ୍କ ପାଇଁ ସମସ୍ତ ମନ୍ଦିର ଦ୍ୱାର ବନ୍ଦ ରହିଥିବାବେଳେ ଠାକୁରଙ୍କର କେବଳ ନୀତିକାନ୍ତି କରାଯାଉଛି। ତେଣୁ ପ୍ରତିବର୍ଷ ଧୂମ୍‌ଧାମ୍‌ରେ ପାଳିତ ହେଉଥିବା ରାମ ନବମୀ ଏଥର ରାଜଧାନୀରେ ନରାଡ଼ମ୍ବରରେ କରାଯିବାକୁ ବିଭିନ୍ନ ମନ୍ଦିର କମିଟି ପକ୍ଷରୁ ନିଷ୍ପତ୍ତି ହୋଇଛି। ରାମ ମନ୍ଦିରରେ ଏଥର ଜମିବନି ଭିଡ଼ କି ଶୁଣିବାକୁ ମିଳିବନି ଶ୍ରଦ୍ଧାଳୁଙ୍କ ଜୟ ଶ୍ରୀରାମ ଧ୍ୱନି। ପ୍ରତିବର୍ଷ ଭକ୍ତଙ୍କ ଗହଣରେ ଜନ୍ମଦିନ ପାଳୁଥିବା ପ୍ରଭୁ ଶ୍ରୀରାମ ଏଥର କେବଳ ପୂଜକଙ୍କ ସହ ନିଜ ଜନ୍ମଦିବସ ମନାଇବେ। ଗୋଟିଏପଟେ ବୁଧବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦ୍ୱିତୀୟ ବଡ଼ପର୍ବ ରୁକୁଣା ରଥଯାତ୍ରାକୁ ବନ୍ଦ କରାଯାଇଥିବା ବେଳେ ରାମନବମୀରେ ମଧ୍ୟ ଅଙ୍କୁଶ ଲଗାଇଛି କରୋନା। ପୋଲିସ ପକ୍ଷରୁ ଗୁରୁବାର ରାମମନ୍ଦିର ଗେଟ୍‌ରେ ତାଲା ପକାଯିବ। କେବଳ ମନ୍ଦିର ଭିତରେ ସେବାୟତମାନେ ଠାକୁରଙ୍କ ରୀତିନୀତି ଅନୁଯାୟୀ ନୀତିକାନ୍ତି କରିବେ। ଭୋର ୪ଟାରୁ ଶୃଙ୍ଗାର ଆରତି କରାଯିବାପରେ ସକାଳ ୭ଟାରେ ପ୍ରଭୁ ଶ୍ରୀରାମଙ୍କର ମଙ୍ଗଳ ଆରତି କରାଯିବ। ଏହାପରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ ଧୂପ ଓ ବେଶ ଅନୁଷ୍ଠିତ ହେବ। ପରେ ଶ୍ରୀରାମ ଚରିତ ମାନସ ନବାଙ୍ଗ ପାରାୟଣର ପୂର୍ଣ୍ଣାହୁତି କରାଯିବ। ସେହିପରି ପୂର୍ବାହ୍ନ ୧୦ଟାରୁ ହୋମ ଯଜ୍ଞ, ମଧ୍ୟାହ୍ନରୁ ପ୍ରଭୁ ଶ୍ରୀରାମ ଜନ୍ମ ଉତ୍ସବ ପାଳନ ଓ ଏହାପରେ ଜୟନ୍ତୀ ଆଳତି ହେବ। ସନ୍ଧ୍ୟାରେ ସନ୍ଧ୍ୟା ଆଳତି ଓ ରାତି ୧୦ଟାରେ ଭୋଗ ଆରତି ଅନୁଷ୍ଠିତ ହେବ ବୋଲି ରାମ ମନ୍ଦିର ପରିଚାଳକ ମହାବୀର ପ୍ରସାଦ ଶର୍ମା କହିଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱର ଇସ୍କନ ମନ୍ଦିରରେ ମଧ୍ୟ ପ୍ରଭୁଙ୍କର କେବଳ ନୀତିକାନ୍ତି ଅନୁଷ୍ଠିତ ହେବ। ଦିନ ୧୨ଟାରୁ ୧୨ଟା ୩୦ ମଧ୍ୟରେ ଅଭିଷେକ, ସନ୍ଧ୍ୟାରେ ନାମ କୀର୍ତ୍ତନ କରାଯିବା ସହ ଶ୍ରୀରାମଙ୍କ ଜନ୍ମାଭିଷେକ ଉପରେ ଆଲୋଚନା କରାଯିବ ବୋଲି ଇସ୍କନ ମନ୍ଦିରର ରାଧାକାନ୍ତ ଦାଶ ସୂଚନା ଦେଇଛନ୍ତି। ରାମନବମୀ କଟକଣାକୁ ଦୃଷ୍ଟିରେ ରଖି ମନ୍ଦିର ସମ୍ମୁଖରେ ପୋଲିସ ମୁତୟନ ବ୍ୟବସ୍ଥା ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri