ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ସାରିବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ଜ୍ଞାନର ପରିସୀମା ବୃଦ୍ଧି ଘଟୁଥିବା ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହା ଆମ ସମସ୍ତଙ୍କ ପାଇଁ ଏକ ଆହ୍ବାନ। ଏହାର ସଫଳତା ପାଇଁ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଗବେଷଣା ଓ ଦକ୍ଷତା ବିକାଶ ଆଦିକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ଅନେକଗୁଡ଼ିଏ ପରିବର୍ତ୍ତନକାରୀ ସଂସ୍କାର ଆଣିଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ବୁଧବାର କୃଷି ଭବନଠାରେ ଆୟୋଜିତ ବିଶ୍ୱବ୍ୟାଙ୍କ ସହାୟତାରେ ଓଡ଼ିଶା ହାୟର ଏଜୁକେଶନ୍‌ ପ୍ରୋଗ୍ରାମ ଫର୍‌ ଏକ୍ସିଲେନ୍ସି ଆଣ୍ଡ୍‌ ଇକ୍ବିଟି କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ ଦିଗ୍‌ଦର୍ଶନ କର୍ମଶାଳାରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ଏହା କହିଥିଲେ। ଶିକ୍ଷାରେ ବିନିଯୋଗ ହେଉଥିବା ଅର୍ଥ ହେଉଛି ମାନବ ପାଇଁ ଶ୍ରେଷ୍ଠ ପୁଞ୍ଜିଲଗାଣ। ତେଣୁ ବିଶ୍ୱବ୍ୟାଙ୍କ ସହାୟତାରେ ପରିଚାଳିତ ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ କରି ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣି ଛାତ୍ରୀଛାତ୍ରଙ୍କୁ ଏହାର ସୁଫଳ ଯୋଗାଇଦେବାକୁ ପଡ଼ିବ। ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ଲାଗି ପର୍ଯ୍ୟାପ୍ତ ଅର୍ଥର ବ୍ୟବସ୍ଥା ରହିଛି। ଶିକ୍ଷାନୁଷ୍ଠାନରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରି ଶିକ୍ଷାଦାନ ସହିତ ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ଶେଷ କରି ପରୀକ୍ଷା ଓ ପରୀକ୍ଷା ଫଳ ପ୍ରକାଶ କରିବାକୁ ମନ୍ତ୍ରୀ କର୍ମଶାଳାରେ ଯୋଗଦେଇଥିବା ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିନିଧିମାନଙ୍କୁ କହିଥିଲେ।
କାର୍ଯ୍ୟକ୍ରମ ଜରିଆରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକର ପ୍ରଶାସନିକ ଦକ୍ଷତା ବୃଦ୍ଧି ଏବଂ ଆର୍ଥିକ ପରିଚାଳନାରେ ଉନ୍ନତି ଆଣିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଅବସରରେ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି, ପ୍ରଶାସନିକ ଦକ୍ଷତା ବୃଦ୍ଧି, ଶିକ୍ଷାନୁଷ୍ଠାନ ଆର୍ଥିକ ପରିଚାଳନାରେ ଉନ୍ନତି ଓ ସ୍ବଚ୍ଛତା ଆଣିବା ସହ ଅନ୍‌ଲାଇନ୍‌ କ୍ୟାସ୍‌ବୁକ୍‌ ଲେଖିବା ପାଇଁ ଏକ ସ୍ବତନ୍ତ୍ର ସଫ୍ଟୱେୟାର ପ୍ରଚଳନ, ଅଧ୍ୟାପକମାନଙ୍କୁ ପ୍ରଶିକ୍ଷଣ ବ୍ୟବସ୍ଥା, ଶିକ୍ଷାନୁଷ୍ଠାନର ନାକ୍‌ ମାନ୍ୟତା ହାସଲ, ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ସୁଯୋଗ ବୃଦ୍ଧି ଆଦି ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା ହୋଇଥିଲା। ଓଡ଼ିଶା ହାୟର ଏଜୁକେଶନ୍‌ ପ୍ରୋଗ୍ରାମ ଫର୍‌ ଏକ୍ସିଲେନ୍ସି ଆଣ୍ଡ ଇକ୍ବିଟି କାର୍ଯ୍ୟକ୍ରମର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପରମେଶ୍ୱରନ୍‌ ବି. କର୍ମଶାଳା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri