ନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। କଂଗ୍ରେସକୁ ଓଡ଼ିଶାବାସୀ ଭରସା ନ କରିବାରୁ ଦଳ ଏଭଳି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ତେବେ କେଉଁ କେଉଁ କାରଣ ଏଥିଲାଗି ଦାୟୀ ତାହା ଖୋଜିବା ଲାଗି ନିରଞ୍ଜନ ପଟ୍ଟନାୟକ ୨୧ଜଣିଆ ‘ତଥ୍ୟ ଅନୁସନ୍ଧାନ କମିଟି’ ଗଠନ କରିଛନ୍ତି। ଏହାର ଅଧ୍ୟକ୍ଷ ଅଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ସେହିଭଳି ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝୀ, ତାରା ପ୍ରସାଦ ବାହିନୀ ପତି, ଗଣେଶ୍ୱର ବେହେରା, ମହମ୍ମଦ ମୋକିମ, ଜର୍ଜ ତିର୍କୀ ପ୍ରମୁଖ କମିଟିର ସଦସ୍ୟ ଅଛନ୍ତି। ପରାଜିତ ହେବାର କାରଣ ମିଳିବା ପରେ ପିସିସି ଏକ ରିପୋର୍ଟ ଏଆଇସିସିକୁ ଦେବ। ତେlବେ ଏକ ମାସ ମଧ୍ୟରେ କାରଣ ଖୋଜି ଏଆଇସିସିକୁ ରିପୋର୍ଟ ଦେବାକୁ ନିରଞ୍ଜନ କମିଟିର ଅଧ୍ୟକ୍ଷ ନରସିଂହଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri