ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ

ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ ସେମାନଙ୍କୁ ପ୍ରାୟ ୧୨ଲକ୍ଷ ଟଙ୍କାର ଭଡା ବାବଦ ପ୍ରାପ୍ୟ ମିଳି ନଥିବା ଅଭିଯୋଗ ହୋଇଛି । ତେଣୁ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ସମ୍ମୁଖରେ ଭିକ୍ଷାଥାଳ ଧରି ଗାଡି ମାଲିକମାନେ ଧାରଣାରେ ବସିଥିଲେ। ଏହା ଏକ ଭିନ୍ନ ପରିବେଶ ସୃଷ୍ଟି କରିଥିଲା। ପ୍ରକାଶ ଯେ, ଜିଲାର ପୋଲିସ ଅଧିକାରୀମାନେ ଏହି ଗାଡି ବ୍ୟବହାର କରିଥିଲେ। ଇନୋଭା, ବୋଲେରୋ, ସ୍କର୍ପିଓ, ପିକ୍‌ଅପ ଭ୍ୟାନ ଓ ମିନିଟ୍ରକ୍‌ ଆଦି ସରକାରୀଭାବେ ଭଡାରେ ୩୦ରୁ ୪୦ ଦିନ ବ୍ୟବହୃତ ହୋଇଥିବା ମାଲିକମାନେ ଦର୍ଶାଇଛନ୍ତି। ୬ ମାସ ପରେ ବି ୨୩ଜଣ ଗାଡି ମାଲିକଙ୍କୁ ଭଡା ମିଳି ନ ଥିବାରୁ ସେମାନେ ଅସୁବିଧା ଭୋଗୁଛନ୍ତି। ମାତ୍ର ନିର୍ବାଚନରେ ବ୍ୟବହାର ହୋଇଥିବା ଅନ୍ୟ ସବୁଗାଡିର ମାଲିକମାନେ ନିର୍ଦ୍ଧାରିତ ସମୟରେ ଭଡା ପାଇ ସାରିଛନ୍ତି। ସୋମବାର ଗାଡି ମାଲିକମାନେ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଭେଟି ପ୍ରାପ୍ୟ ଦାବି କରିଥିଲେ। ଜିଲାପାଳ କହିଥିଲେ ଯେ, ଇତିମଧ୍ୟରେ ଜିଲା ଓ ରାଜ୍ୟ ନିର୍ବାଚନ ଅଧିକାରୀ ବଦଳିଛନ୍ତି। ପ୍ରାପ୍ୟ ପ୍ରଦାନରେ ବିଳମ୍ବ ହୋଇଛି। ଏଥିପାଇଁ ନିର୍ବାଚନ କମିଶନଙ୍କୁ ଚିଠି ଲେଖାଯାଇଛି। ଅନୁମତି ମିଳିଲେ ଟଙ୍କା ପ୍ରଦାନ କରାଯିବ ବୋଲି ଜିଲାପାଳ କହିଥିଲେ। ବରିଷ୍ଠ ଆଇନଜୀବୀ ବଳଦେବ ପ୍ରସାଦ ବେଦବାକ ଓ ପୁରୁଷୋତ୍ତମ ପାଣିଗ୍ରାହୀଙ୍କ ନେତୃତ୍ୱରେ ଗାଡି ମାଲିକ ସମ୍ବିତ ମେହେର, ସୁବ୍ରତ ପଧାନ, ପ୍ରହଲ୍ଲାଦ ପ୍ରଧାନ, ବିଭୂତି ବିଶ୍ୱାଳ, ଶଙ୍କର୍ଷଣ ବିଶି, ସୁଶାନ୍ତ ମହାକୁର, ସଞ୍ଜିବ କୁମାର ବେହେରା ଓ କୃପାସିନ୍ଧୁ ମହାପାତ୍ର ପ୍ରମୁଖ ଧାରଣାରେ ବସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri