ନିର୍ବାଚନ ଜିତିଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ

ଲଣ୍ଡନ,୧୪ା୧୨(ପି.ଟି.):ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ କଞ୍ଜରଭେଟିଭ୍‌ ପାର୍ଟି ସାଧାରଣ ନିର୍ବାଚନରେ ବିଜୟୀ ହୋଇଛି। ପାର୍ଲାମେଣ୍ଟର ୬୫୦ ଆସନ ମଧ୍ୟରୁ କଞ୍ଜରଭେଟିଭ୍‌ ପାର୍ଟି ୩୬୪ ଆସନ ଦଖଲ କରିଛି। ବିପୁଳ ସଂଖ୍ୟାଗରିଷ୍ଠତା ସହ ପ୍ରଧାନମନ୍ତ୍ରୀ ଜନ୍‌ସନ କ୍ଷମତାକୁ ଫେରିଥିବାରୁ ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ ଛୁଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଜନ୍‌ସନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ୨୦ ସପ୍ତାହ କ୍ଷମତାରେ ଥିବା ଜନ୍‌ସନଙ୍କ ପାଇଁ ଏହା ଏକ ବଡ଼ ସଫଳତା। ଏହି ବିଜୟ ଫଳରେ ବ୍ରେକ୍‌ଜିଟ ଡିଲ୍‌ ଶୀଘ୍ର କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର ହୋଇଯାଇଛି। ବ୍ରେକ୍‌ଜିଟକୁ ସଫଳ କରିବା ଲାଗି ଭୋଟ ଦେବାକୁ ଜନ୍‌ସନ ଜୋର୍‌ଦାର ପ୍ରଚାର ଚଳାଇଥିଲେ। ଏହି ନିର୍ବାଚନରେ ଉଭୟ କଞ୍ଜରଭେଟିଭ୍‌ ଓ ଲେବର ପାର୍ଟିରୁ ୧୫ ଜଣ ଭାରତୀୟ ବଂଶୋଦ୍ଭବ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଅନେକ ଏମ୍‌ପି ସେମାନଙ୍କ ଆସନ ବଜାୟ ରଖିଥିଲା ବେଳେ କେତେକ ନୂଆ ମୁହଁ ପାର୍ଲାମେଣ୍ଟକୁ ନିର୍ବାଚିତ ହୋଇଛନ୍ତି। ପୂର୍ବ ପାର୍ଲାମେଣ୍ଟରେ ଥିବା ସମସ୍ତ ଭାରତୀୟ ବଂଶୋଦ୍ଭବ ଏମ୍‌ପି ସେମାନଙ୍କ ଆସନ ବଜାୟ ରଖିଥିବାବେଳେ କଞ୍ଜରଭେଟିଭ ପାର୍ଟିର ଗଗନ ମହିନ୍ଦ୍ରା ଏବଂ କ୍ଲେୟାର କୁଟିନୋ ଏବଂ ଲେବର ପାର୍ଟିର ନଭେନ୍ଦୁ ମିଶ୍ର ପ୍ରଥମ ଥର ଲାଗି ବିଜୟୀ ହୋଇଛନ୍ତି। ବିଜୟ ରାଲିରେ ଉଦ୍‌ବୋଧନ ଦେଇ ଜନ୍‌ସନ କହିଛନ୍ତି, ବ୍ରିଟେନରେ ଏକ ନୂଆ ସକାଳ ଆରମ୍ଭ ହୋଇଛି। ବ୍ରେକ୍‌ଜିଟକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂରହୋଇଛି। ତାଙ୍କ ପ୍ରତି ଦେଶବାସୀ ଦେଖାଇଥିବା ଆସ୍ଥାକୁ ସେ କଦାପି ବ୍ୟର୍ଥ ହେବାକୁ ଦେବେନାହିଁ ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri