Posted inଜାତୀୟ

ନିର୍ଭୟା ଗଣ ବଳାତ୍କାର ମାମଲା: ରାଜକ୍ଷମା ପାଇଁ ମନା କଲେ ଦୋଷୀ; ଏବେ ଫାଶିକୁ ଅପେକ୍ଷା !

ନୂଆଦିଲ୍ଲୀ,୫।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଥିଲା। ସେହିପରି ସେମାନେ ସୁପ୍ରିମ୍‌କୋର୍ଟରେ ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବାର ଥିଲା। ମାତ୍ର ଦୋଷୀମାନେ ରାଜକ୍ଷମା କିମ୍ବା ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରି ନାହାଁନ୍ତି। ୪ ଦୋଷୀଙ୍କ ମଧ୍ୟରୁ ୩ ଦୋଷୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ଆବେଦନ କରିବାକୁ ମନା କରିଛନ୍ତି। ଏବେ ଜେଲ୍‌ ପ୍ରଶାସନ ପକ୍ଷରୁ ନିମ୍ନ ଅଦାଲତକୁ ସୂଚିତ କରାଯାଇ ଦୋଷୀଙ୍କୁ ଫାଶି ଦଣ୍ଡ ଦେବା ପାଇଁ କଳା ପରଓ୍ବାନା(ବ୍ଲାକ୍‌ ଓ୍ବାରେଣ୍ଟ୍‌) ଜାରି କରାଯିବାର ଆଶଙ୍କା ସୃଷ୍ଟି ହୋଇଛି। ଏହା ପୂର୍ବରୁ ସୁପ୍ରିମ୍‌କୋର୍ଟ ଏହି ମାମଲାରେ ଫାଶିଦଣ୍ଡ ରୋକିବାକୁ ମନା କରିଦେଇଥିଲେ। ସୂଚନାଯୋଗ୍ୟ, ଏହି ମାମଲାରେ ୬ ଜଣ ଦୋଷୀଙ୍କ ମଧ୍ୟରୁ ଜଣେ ଦୋଷୀ ରାମ ସିଂ ଜେଲ୍‌ରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ସେହିପରି ଏହି ମାମଲାରେ ଅଭିଯୁକ୍ତ ଜଣେ ନାବାଳକଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଥିଲା। ଅନ୍ୟ ୪ ଦୋଷୀ ମୁକେଶ, ବିନୟ, ଅକ୍ଷୟ ଏବଂ ପଓ୍ବନଙ୍କୁ ଫାଶି ଦଣ୍ଡାଦେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri