Posted inଜାତୀୟ

ନିର୍ଭୟା ମାମଲାକୁ ୭ ବର୍ଷ: କେନ୍ଦ୍ର ଆଣିଛି କଠୋର ଆଇନ; ତଥାପି ଥମୁନି ବର୍ବରତା

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଠିକ୍‌ ସାତ ବର୍ଷ ପୂର୍ବେ ଦେଶକୁ ସ୍ତବ୍ଧ କରିଦେଇଥିଲା ନିର୍ଭୟା ମାମଲା। ୨୩ ବର୍ଷୀୟା ପାରାମେଡିକାଲ ଛାତ୍ରୀଙ୍କୁ ଚଳନ୍ତା ବସ୍‌ରେ ଗଣବଳାତ୍କାର ପରେ ଫିଙ୍ଗିଦିଆଯାଇଥିଲା। ଜୀବନ ସହ ସଂଗ୍ରାମ କରି ସିଙ୍ଗାପୁର ହସ୍ପିଟାଲରେ ଶେଷରେ ଆଖି ବୁଜିଥିଲେ ପୀଡ଼ିତା। ଏହା ପରେ ବଳାତ୍କାରୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ଏକାଧିକ ଆଇନ ପ୍ରଣୟନ କରାଯାଇଛି। ହେଲେ ଆଇନକୁ ଫାଙ୍କି ଗୋଟିଏ ପରେ ଗୋଟିଏ କାଣ୍ଡ ଭିଆଇଚାଲିଛନ୍ତି ଯୌନ ପିପାସୁ। କାରଣ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହେବା ହାର ନଗଣ୍ୟ। ୨୦୧୨ ଡିସେମ୍ବର ୧୬ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ମହିଳାଙ୍କ ପ୍ରତି ଯୌନ ଅପରାଧ ରୋକିବା ଲାଗି ଆଇନକୁ କଡ଼ାକଡ଼ି କରାଯାଇଥିଲା। ଘଟଣାକୁ ୭ ବର୍ଷ ପୂରିଥିବାବେଳେ ବଳାତ୍କାର ମାମଲାରେ ଦୋଷୀସାବ୍ୟସ୍ତ ହାର ମାତ୍ର ୩୨.୨ ପ୍ରତିଶତ ରହିଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି)ର ୨୦୧୭ ତଥ୍ୟ ଅନୁଯାୟୀ ସେହିବର୍ଷ ୧,୪୬,୨୦୧ଟି ବଳାତ୍କାର ମାମଲା ବିଚାର ପାଇଁ ନିଆଯାଇଥିବାବେଳେ ସେଥିରୁ ମାତ୍ର ୫୮୨୨ଟି ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରାଯାଇଛି। ଏହି ମାମଲାରେ ଚାର୍ଜଶିଟ୍‌ ପ୍ରସ୍ତୁତ ହାର ମଧ୍ୟ ବହୁତ କମିଛି। ଅର୍ଥାତ ଅନେକ ମାମଲା କୋର୍ଟକୁ ଯାଇପାରୁ ନାହିଁ। ୨୦୧୩ରେ ବଳାତ୍କାର ମାମଲାରେ ଚାର୍ଜଶିଟ୍‌ ହାର ୯୫.୪ ପ୍ରତିଶତ ଥିବାବେଳେ ୨୦୧୭ରେ ଏହା ୮୬.୬ ପ୍ରତିଶତକୁ ହ୍ରାସ ପାଇଛି। ମାମଲାର ତଦନ୍ତ କରୁଥିବା ପୋଲିସ ଅଧିକାରୀ ଅଧିକ ଦକ୍ଷ ହେବା ଆବଶ୍ୟକ ବୋଲି ଆଇନଜୀବୀ ଶିଳ୍ପୀ ଜୈନ କହିଛନ୍ତି। ଅଧିକାଂଶ ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ପାଖରେ ଆବଶ୍ୟକ ସମ୍ବଳ ଓ ଅଭିଜ୍ଞତା ନାହିଁ ଓ ବହୁ କ୍ଷେତ୍ରରେ ସେମାନେ ଅତିମାତ୍ରାରେ ଦୁର୍ନୀତିଗ୍ରସ୍ତ ବୋଲି ଜୈନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri