Posted inଜାତୀୟ

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ୟୁରେଟିଭ ପିଟିଶନ

ନୂଆଦିଲ୍ଲୀ,୧୯।୩: ନିଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରି ଦେଇଛନ୍ତି। ଘଟଣା ସମୟରେ ସେ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କରିଥିଲେ। ଏବେ ନିର୍ଭୟା ମାମଲାର ୪ଦୋଷୀଙ୍କ ସମସ୍ତ ନ୍ୟାୟିକ ବ୍ୟବସ୍ଥା ସମାପ୍ତ ହୋଇଥିବାରୁ ଶୁକ୍ରବାର ଅର୍ଥାତ୍‌ ୨୦ ତାରିଖ ଭୋର ୫ଟା ୩୦ରେ ଏମାନଙ୍କୁ ନିଶ୍ଚିତ ଭାବେ ଫାଶୀ ଦିଆଯିବ ବୋଲି ଅନୁମାନ କରାଯାଉଛି। ଏହାପରେ ନିର୍ଭୟାଙ୍କ ମାଆ ଆଶା ଦେବୀ କହିଛନ୍ତି ଫାଶୀ ଘୁଞ୍ଚାଇବାକୁ ଦୋଷୀ ଯେତେପ୍ରକାର ଚାଲ୍‌ କରିଥିଲେ ତାହା କୋର୍ଟ ବୁଝିପାରିଛନ୍ତି। ଏବେ ମାର୍ଚ୍ଚ ୨୦ରେ ନିର୍ଭୟାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୨ ରାଜଧାନୀ ଦିଲ୍ଲୀରେ ହୋଇଥିବା ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଏମାନଙ୍କୁ ଫାଶୀ ଦଣ୍ଡ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ବିଭିନ୍ନ ପ୍ରକାର ଆଳ ଦେଖାଇ ଏମାନେ ଦୁଇଥର ଫାଶୀ ତାରିଖ ଘୁଞ୍ଚାଇ ଦେଇଥିବା ବେଳେ ତୃତୀୟ ଥରଲାଗି ମାର୍ଚ୍ଚ ୨୦ରେ ଏମାନଙ୍କୁ ଫାଶୀ ଦେବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri