Posted inଜାତୀୟ

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚିବାରୁ କିନ୍ନରଙ୍କ ବିରୋଧ ପ୍ରଦର୍ଶନ

ବଲିୟା,୩।୨: ନିର୍ଭୟା ଗଣବଳାତ୍କାର ମାମଲରେ ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ କେତେକ ନ୍ୟାୟିକ କାରଣ ଯୋଗୁ ଏବେ ଏହା ଘୁଞ୍ଚିଯାଇଛି। ଏହାକୁ ଦେଖି ଏବେ ଉତ୍ତରପ୍ରଦେଶର କିନ୍ନର ଅନୁଷ୍କା ତାଙ୍କ ସହଯୋଗୀଙ୍କ ସହ ମିଶି ବିରୋଧ ପ୍ରଦର୍ଶନ କରିଛନ୍ତି। ସେ ମାଲଗୋଦାମ ରୋଡରେ ଥିବା ଶିବ ମନ୍ଦିରରେ ପହଞ୍ଚି ସେଠାରେ ‘ଶିବ ତାଣ୍ଡବ ନୃତ୍ୟ’ କରି ଏହାର ବିରୋଧ କରିଛନ୍ତି। ସେ କହିଛନ୍ତି ବାରମ୍ବାର ଫାଶୀ ତାରିଖ ପରିବର୍ତ୍ତନ କରିବାର ଅର୍ଥ ହେଉଛି ଦୋଷୀଙ୍କର ମନୋବଳ ବଢାଇବା, ଯାହ ଠିକ୍‌ ନୁହେଁ। ଏହା ଫଳରେ ଲୋକଙ୍କର ନ୍ୟାୟ ବ୍ୟବସ୍ଥା ଉପରେ ଆସ୍ଥା ତୁଟି ଯାଉଛି ବୋଲି ସେ କହିଛନ୍ତି। ଏହାସହ ସେ ଏଥିରେ ଦୋଷୀଙ୍କ ଓକିଲଙ୍କ ଉପରେ ମଧ୍ୟ ଅଭିଯୋଗ ଆଣିଛନ୍ତି। ଦୋଷୀଙ୍କୁ ବଞ୍ଚାଇବାକୁ ଓକିଲ ବାରମ୍ବାର ଏଭଳି କରୁଛନ୍ତି ବୋଲି ଅନୁଷ୍କା କହିଛନ୍ତି। ଅନୁଷ୍କାଙ୍କ ମତରେ ଝିଅ ହେଉଛନ୍ତି ଘରର ଲକ୍ଷ୍ମୀ। ଆଉ ନିର୍ଭୟା ମାମଲାରେ ଦୋଷୀଙ୍କୁ ଫାଶୀ ବଦଳରେ ସେମାନଙ୍କ ହାତଗୋଡ଼ କାଟିଦେବା ଉଚିତ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୨ର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୀର୍ଘ ୭ ବର୍ଷ ପରେ ୪ ଦୋଷୀଙ୍କୁ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏମାନଙ୍କୁ ଫାଶୀ ଦେବାର ତାରିଖ ୨ ଥର ଘୁଞ୍ଚି ଯାଇଥିବା ବେଳେ ଏହାକୁ ନେଇ ଏବେ ଉଠିଛି ଅନେକ ପ୍ରଶ୍ନ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍‌ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର…

ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା,୩।୮( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri