Posted inଜାତୀୟ

ନିର୍ଭୟା ମାମଲା: ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ୪ ଦୋଷୀ

ନୂଆଦିଲ୍ଲୀ,୧୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏହି ଡେଥ୍‌ ଓ୍ବାରେଣ୍ଟ ଅନୁଯାୟୀ ମାର୍ଚ୍ଚ ୩ ସକାଳ ୬ଟାରେ ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦିଆଯିବ। ପଟିଆଲା ହାଉସ୍‌ କୋର୍ଟରେ ପାଖାପାଖି ଏକ ଘଣ୍ଟାର ଶୁଣାଣି ପରେ ଏହି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ସୂଚନାଯୋଗ୍ୟ, ସୋମବାର ଦିନ ପ୍ରାୟ ୨ଟାରୁ ନିର୍ଭୟା ଗଣବଳାତ୍କାର ମାମଲାର ଶୁଣାଣି ଆରମ୍ଭ ହୋଇଥିଲା। ଏଥିରେ ପ୍ରଥମେ ୩ ଦୋଷୀଙ୍କ କ୍ଷମା ଆବେଦନ ଖାରଜ ହୋଇଯିବା ସହ ଅନ୍ୟ ଜଣଙ୍କର କ୍ଷମା ଆବେଦନ ବାକିଥିବା ଦର୍ଶାଯାଇଥିଲା। ହେଲେ ଏହାକୁ ନେଇ ସରକାରୀ ଓକିଲ କହିଥିଲେ ଏଥିପାଇଁ ହାଇକୋର୍ଟ ପକ୍ଷରୁ ଏକ ସପ୍ତାହ ସମୟ ଦିଆଯାଇଥିବା ବେଳେ ଏହା ଗତ ୧୧ ତାରିଖରୁ ଶେଷ ହୋଇଯାଇଛି। ତେଣୁ ଏବେ ଏହି ମାମଲାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯିବ। ଏହାପରେ ବି ଦୋଷୀଙ୍କ ପକ୍ଷର ଲଢୁଥିବା ଓକିଲ ଏ.ପି. ସିଂ ଜଣେ ଦୋଷୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିବା ଦର୍ଶାଇଥିଲେ। ସମସ୍ତ ତର୍କ ବିତର୍କ ପରେ କିନ୍ତୁ ଶେଷରେ କୋର୍ଟ ଏହି ମାମଲାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରିଥିଲେ। ସୂଚନାେଯୋଗ୍ୟ, ୨୦୧୨ରେ ରାଜଧାନୀ ଦିଲ୍ଲୀରେ ଜଣେ ପାରାମେଡିକାଲ ଛାତ୍ରୀ(ନିର୍ଭାୟା)ଙ୍କୁ ଗଣବଳାତ୍କାର କରାଯିବା ପରେ ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଦୀର୍ଘ ୭ ବର୍ଷ ପରେ ଏହି ମାମଲାର ରାୟ ପ୍ରକାଶ ପାଇଥିଲା। ଏଥିରେ ୪ ଦୋଷୀଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଥିଲେ। ହେଲେ ଏହାକୁ ଚ୍ୟାଲେଞ୍ଜ କରି ସମସ୍ତ ଦୋଷୀ ଆଇନର ଆଶ୍ରୟ ନେଇଥିଲେ। ଫଳରେ ୪ ଦୋଷୀଙ୍କ ଫାଶୀ ପାଇଁ ୨ ଥର ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିଲେ ବି ଏହା ପୁଣି ଘୁଞ୍ଚି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…

ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍‌…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ଓଡ଼ିଶା ଛୁଇଁଲା ମୌସୁମୀ, ରଜ ପୂର୍ବରୁ…

ଭୁବନେଶ୍ୱର,୧୨ା୬: କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri