ନିର୍ମଳାଙ୍କ ଜବାବ ରଖିଲେ ରାଜନ

ନୂଆଦିଲ୍ଲୀ,୧-୧୧: ରଘୁରାମ ରାଜନ ଏବଂ ମନମୋହନ ସିଂଙ୍କ ସମୟ ଭାରତୀୟ ବ୍ୟାଙ୍କିଙ୍ଗ ଶିଳ୍ପ ଲାଗି ସଙ୍କଟ ସମୟ ଥିଲା ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କିଛିଦିନ ତଳେ ସମାଲୋଚନାରେ କହିଥିଲେ। ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିର୍ମଳାଙ୍କ ଏହି ସମାଲୋଚନାର ଉତ୍ତର ରଖିଛନ୍ତି। ସେ କହିଛନ୍ତି ଯେ, ଆରବିଆଇରେ କାର୍ଯ୍ୟ କରିବାର ମୋଟ ଅବଧି ମଧ୍ୟରୁ ଦୁଇ ତୃତୀୟାଂଶ କେବଳ ଏନ୍‌ଡିଏ ସରକାରଙ୍କ ଅଧୀନରେ କଟିଛି। ୨୦୧୩ ସେପ୍ଟେମ୍ବର ୫ଠାରୁ ୨୦୧୬ ସେପ୍ଟେମ୍ବର ଯାଏ ରାଜନ ଆରବିଆଇ ଗଭର୍ନର ଭାବେ କାର୍ଯ୍ୟ କରିଥିଲେ। ଏନ୍‌ପିଏ ସମସ୍ୟା ସହ ଜୁଝୁଥିବା ବ୍ୟାଙ୍କିଙ୍ଗ କ୍ଷେତ୍ରର ସମସ୍ୟା ସୁଧୁରିବା ତାଙ୍କ ସମୟରେ ଆରମ୍ଭ ହୋଇଥିଲା। ଅର୍ଥନୈତିକ ମାନ୍ଦାବସ୍ଥା ସହ ଏବେ ଦେଶର ଅଭିବୃଦ୍ଧି ୫%କୁ ଖସି ଆସିଥିବା ବେଳେ ନୂତନ ପିଢିର ସଂସ୍କାର ଆବଶ୍ୟକତା ଦେଶକୁ ରହିଥିବା ରାଜନ ଗୁରୁତ୍ୱାରୋପ କରିଛନ୍ତି। କଂଗ୍ରେସ ସରକାରଙ୍କ ସମୟରେ କେବଳ ୮ ମାସ ଏବଂ ଏନ୍‌ଡିଏ ସରକାରଙ୍କ ସହ ୨୬ ମାସ କାମ କରିଥିବା ସେ ଗଣମାଧ୍ୟମକୁ ଏକ ସାକ୍ଷାତକାରରେ କହିଛନ୍ତି। ଏହି ଘଟଣା ଉପରେ କୌଣସି ରାଜନୈତିକ ଆରୋପ ପ୍ରତ୍ୟାରୋପ ନ ହେଉ ବୋଲି ରାଜନ କହିଛନ୍ତି। ତାଙ୍କ ସମୟରେ ଏନ୍‌ପିଏ ଅସୁଲ ଧାରା ଆରମ୍ଭ ହୋଇଥିବା ବେଳେ ଏହାକୁ ତ୍ୱରିତ ଭିତ୍ତିରେ ଶେଷ କରିବା ଉପରେ ସେ ମତ ରଖିଛନ୍ତି। ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ଅଣବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନଗୁଡିକୁ ସହାୟତା, ବ୍ୟାଙ୍କ ପୁଞ୍ଜିକରଣ ଭଳି ପ୍ରସଙ୍ଗରେ ରାଜନ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri