ନିର୍ମଳାଙ୍କ ହାତରେ ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩୧। ୫: ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ନିର୍ମଳା ସୀତାରମଣଙ୍କୁ ଅର୍ଥମନ୍ତ୍ରଣାଳୟ ଦାୟିତ୍ୱ ପ୍ରଦାନ କରାଯାଇଛି। ମୋଦିଙ୍କ ପ୍ରଥମ ପାଳିରେ ସେ ବାଣିଜ୍ୟ ଓ ଉଦ୍ୟୋଗ, ପ୍ରତିରକ୍ଷା ଭଳି ମନ୍ତ୍ରଣାଳୟ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ଥିଲେ। ଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରୁ ସେ ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ତାମିଲନାଡୁରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମିତ ସୀତାରମଣ ଜେଏନ୍‌ୟୁ କ୍ୟାମ୍ପସରେ ରାଜନୀତି ସହ ଜଡିତ ହୋଇଥିଲେ। କ୍ୟାମ୍ପସରେ ଫ୍ରି ଥିଙ୍କର୍ସ ସୋସାଇଟି ଦ୍ୱାରା ଜଣେ ବନ୍ଧୁଙ୍କ ଲାଗି ସେ କ୍ୟାମ୍ପେନ ମଧ୍ୟ କରିଥିଲେ। ସେହି ସମୟରେ କ୍ୟାମ୍ପସରେ ସବୁଠାରୁ ସକ୍ରିୟ ଥିବା ଏସ୍‌ଏଫ୍‌ଆଇ ଛାତ୍ର ସଙ୍ଗଠନ ପରାଜୟ ଲାଭ କରିଥିଲା। ତାଙ୍କ ସ୍ବାମୀ ପ୍ରଭାକର ପରକଳା ଜେଏନୟୁରେ ଛାତ୍ର ଥିଲେ। ପରବର୍ତ୍ତୀ ସମୟରେ ନିର୍ମଳା ଲଣ୍ଡନରେ ବସବାସ ଲାଗି ସ୍ବାମୀଙ୍କ ସହ ସେଠାକୁ ଚାଲିଯାଇଥିଲେ। ସେ ପ୍ରାଇସଓ୍ବାଟର ହାଉସ୍‌ କପର ସଂସ୍ଥାରେ କାମ କରିଛନ୍ତି। ଏହାବାଦ ଲଣ୍ଡନର ଏକ ଡେକର ଷ୍ଟୋରରେ ସେଲ୍‌ସ ଗାର୍ଲ ଭାବେ ମଧ୍ୟ ସେ କାମ କରିଥିଲେ ଯାହା କାହାକୁ ପ୍ରାୟ ଜଣା ନ ଥିବ।
୧୯୯୧ରେ ଭାରତ ଫେରି ହାଇଦ୍ରାବାଦରେ ଏକ ଅଲ୍‌ଟରନେଟିଭ ଏଜୁକେଶନ ସ୍କୁଲ ସ୍ଥାପନ କରିଥିଲେ। ପରବର୍ତ୍ତୀ ସମୟରେ ବିଜେପି ନେତ୍ରୀ ସୁଷମା ସ୍ବରାଜଙ୍କ ସହ ତାଙ୍କର ଭେଟ ହେବା ପରେ ୨୦୦୩-୦୫ ମଧ୍ୟରେ ନ୍ୟାଶନାଲ କମିଶନ ଫର ଓମେନରେ ତାଙ୍କୁ ଅବସ୍ଥାପିତ କରାଯାଇଥିଲା। ୨୦୦୬ରେ ବିଜେପିରେ ଯୋଗଦେବା ସହ ଜାତୀୟ କାର୍ଯ୍ୟକାରିଣୀ ପରିଷଦ ଏବଂ ପରେ ଜାତୀୟ ପ୍ରବକ୍ତା ଭାର ସମ୍ଭାଳିଥିଲେ। ପୂର୍ଣ୍ଣକାଳିନ ସମୟ ଲାଗି ଦେଶର ମହିଳା ପ୍ରତିରକ୍ଷା ମନ୍ତ୍ରୀ ଭାବେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି। ଭାରତର ଆତଙ୍କବାଦୀ ଅପରେଶନର ଭଏସ ହୋଇଥିଲେ। ୨୦୧୯ ଲୋକସଭା ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରି ନାହାନ୍ତି। ୨୦୧୬ରୁ କର୍ନାଟକରୁ ସେ ରାଜ୍ୟସଭାର ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri