ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ

ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା ଗଳିତ ମୃତଦେହ ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ମୃତଦେହର ପାରିପାର୍ଶ୍ୱିକ ଅବସ୍ଥା ଦେଖି ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଥାନାଧିକାରୀ ସରୋଜିନୀ ସିଂ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ବ୍ୟବଚ୍ଛେଦ ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଛନ୍ତି। ଏ ନେଇ ଟାଉନ ଥାନାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଏସ୍‌ଡିପିଓ ଜଳନ୍ଧର ଜାଲି ଓ ଏସ୍‌ପି ରାଜେଶ ପଣ୍ଡିତ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରି ଫେରିଛନ୍ତି।
ଯୁବକଙ୍କ ମୃତଦେହ ଆଣ୍ଠୁ ମାଡ଼ି ମାଟିରେ ଲାଗି ଝୁଲି ରହିଥିବାରୁ ତାଙ୍କୁ ଅନ୍ୟତ୍ର ହତ୍ୟା କରି ଏଠାରେ ଆଣି ଝୁଲାଇ ଦିଆଯାଇଥିବା ସନ୍ଦେହ କରାଯାଉଛି। ମୃତକ ଆଖପାଖ ଅଞ୍ଚଳର ହୋଇଥିବା ଅନୁମାନ କରାଯାଉଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟାକାଣ୍ଡ କି ଆମତ୍ହତ୍ୟା ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ଉଲ୍ଲେଖନୀୟ ଯେ, ଉକ୍ତ କୋଠାରେ ଅନେକ ଅସାମାଜିକ କାର୍ଯ୍ୟ ଓ ୩ ରୁ ଅଧିକ ହତ୍ୟାକାଣ୍ଡ ଓ ଏକାଧିକ ଅପମୃତ୍ୟୁ ଘଟିଥିବା କାରଣରୁ ଏହା ଅସାମାଜିକ ଯୁବକଙ୍କ ପାଇଁ ସୁରକ୍ଷିତ ସ୍ଥାନ ପାଲଟିଛି। ଭଦ୍ରକ ସହରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି ଯାହାକି ପୋଲିସର ମୁଣ୍ଡବ୍ୟଥାର କାରଣ ସାଜିଛି। କିଛିଦିନ ହେବ ରାତି ପ୍ରାୟ ୧୧ଟା ପରେ ସହରରେ ନାକାବନ୍ଦୀ ଚାଲିଛି। ତଥାପି ଜଣେ ମଧ୍ୟ ଅପରାଧୀଙ୍କ ପୋଲିସ କାବୁ କରିପାରି ନ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri