Posted inବରଗଡ଼

ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା, ଶ୍ରମ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ୍‌,୮।୫-କରୋନା(କୋଭିଡ୍‌-୧୯) ଭୂତାଣୁ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। ଏପରିସ୍ଥିତିରେ କାମଧନ୍ଦା ବନ୍ଦ ହୋଇଯାଇ ଥିବା ଯୋଗୁ ନିର୍ମାଣ ଶ୍ରମିକଙ୍କୁ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଉଛି। ମାତ୍ର କେତେକ ନିର୍ମାଣ ଶ୍ରମିକ ସେମାନଙ୍କ ପଞ୍ଜିକରଣକୁ ନବୀକରଣ କରିପାରି ନ ଥିବା ଯୋଗୁ ସେମାନେ ସହାୟତାରୁ ବଞ୍ଚିତ ହେଉଛନ୍ତି। ଫଳରେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଦୀର୍ଘଦିନରୁ ଆବେଦନ କରିଥିଲେ ସୁଦ୍ଧା ବିଭାଗୀୟ ଅବହେଳା ଯୋଗୁ ସେମାନଙ୍କ ପଞ୍ଜିକରଣକୁ ନବୀକରଣ କରାଯାଉ ନ ଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି। ଏ ନେଇ ଶୁକ୍ରବାର ବରଗଡ଼ ବ୍ଲକ ବରଡ଼ୋଲ ପଞ୍ଚାୟତ ନଦୀପଡ଼ାର ନିର୍ମାଣ ଶ୍ରମିକମାନେ ବରଗଡ଼ ଜିଲା ଶ୍ରମ ଅଧିକାରୀ ହେମନ୍ତ କୁମାର ପ୍ରଧାନଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ଜିଲା ସଂଯୋଜକ ଭବାନୀ ପ୍ରସାଦ ସାହୁ,  ଯମୁନା ଗହୀର, ରୋହିତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri