ନିଲମ୍ବନ ପରେ ଚାକିରିରୁ ବିଦା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ରାଜ୍ୟ ସରକାର ଗୁରୁବାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅପାରଗତା ଓ ଦୁର୍ନୀତି ପାଇଁ ପ୍ରତାପଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦୁର୍ନୀତିଗ୍ରସ୍ତ ଏବଂ ଅପାରଗ ଅଧିକାରୀଙ୍କ ବିରୋଧରେ ଶୂନ ସହିଷ୍ଣୁତା ନୀତି ଅବଲମ୍ବନ ସ୍ବରୂପ ରାଜ୍ୟ ସରକାର ଏଯାବତ୍‌ ପ୍ରତାପଙ୍କୁ ମିଶାଇ ୧୩୧ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କଲେଣି। ଅନ୍ୟପକ୍ଷରେ ମଙ୍ଗଳବାର ସାରୁ ତାଙ୍କୁ ଭିଜିଲାନ୍ସ ୨ ଦିନିଆ ରିମାଣ୍ଡରେ ଆଣି ଘନଘନ ଜେରା କରିଥିଲା। ତେବେ ଗୁରୁବାର ରିମାଣ୍ଡ ଅବଧି ସରିଯିବାରୁ ଭିଜିଲାନ୍ସର ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବା ପରେ ତାଙ୍କୁ ପୁଣି ଜେଲ ହାଜତକୁ ପଠାଇ ଦିଆଇଛି।
ରିମାଣ୍ଡ ସମୟରେ ଭିଜିଲାନ୍ସ କେତେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଛି। ପ୍ରତାପ ରାଧାକୃଷ୍ଣ ପ୍ରଡକ୍ସନରେ ଦୁଇଟି ସିନେମା ତିଆରି କରିଥିବାବେଳେ ଏଥିରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବିନିଯୋଗ କରିଥିଲେ। ଉକ୍ତ ଦୁଇ ଫିଲ୍ମରେ ଅଣପଞ୍ଜୀକୃତ ଭାବେ ସ୍ତ୍ରୀ ସସ୍ମିତା ସାମଲ ଓ ଭଉଣୀ ନମିତା ଦାସଙ୍କୁ ପ୍ରଯୋଜକ ଦର୍ଶାଇଥିଲେ। ଏହି ଫିଲ୍ମରେ ବିପୁଳ ଅର୍ଥ ରୋଜଗାର ହୋଇଥିବା ଜଣାପଡ଼ିଛି। ପ୍ରତାପ ଓ ତାଙ୍କ ପରିବାର ସଦସ୍ୟଙ୍କ ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରେ ସନ୍ଦେହଜନକ ଭାବରେ ଦେଢ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା କରାଯାଇଥିବା ଉତ୍ସ ସଂକ୍ରାନ୍ତରେ ମଧ୍ୟ ଭିଜିଲାନ୍ସ ତଥ୍ୟ ହାସଲ କରିଛି। ଅଧିକ ତଥ୍ୟ ହାସଲ ପାଇଁ ଭଉଣୀ ନମିତା ଦାସଙ୍କୁ ଭିଜିଲାନ୍ସ ପଚରାଉଚରା କରିଛି। ତେବେ ଆବଶ୍ୟକ ପଡ଼ିଲେ ଭିଜିଲାନ୍ସ ପ୍ରତାପଙ୍କୁ ପୁନର୍ବାର ରିମାଣ୍ଡରେ ଆଣିପାରେ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସର ୧୦ଟି ଟିମ୍‌ ଗତ ୯ ତାରିଖ ସକାଳେ ପ୍ରତାପଙ୍କ ଭୁବନେଶ୍ୱରସ୍ଥିତ ଓପିଏଚ୍‌ଡବ୍ଲ୍ୟୁସି କାର୍ଯ୍ୟାଳୟ, ବାଲେଶ୍ୱର ସିମୁଳିଆସ୍ଥିତ ପୈତୃକ ଘର ସମେତ ୯ ସ୍ଥାନରେ ଚଢ଼ାଉ କରିଥିଲା। ଯାଞ୍ଚବେଳେ ପ୍ରତାପଙ୍କ ସମେତ ପରିବାର ସଦସ୍ୟଙ୍କ ନାମରେ ଅମାପ ସମ୍ପତ୍ତି ଥିବା ଜଣାପଡ଼ିଥିଲା। ୫ କୋଠା ସହ ୨୭ ଅସ୍ଥାବର ସମ୍ପତ୍ତି, ଘରୁ ନଗଦ ୩୮.୧୨ ଲକ୍ଷ ଟଙ୍କା, ପ୍ରତାପ ଓ ପରିବାର ସଦସ୍ୟଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୧ କୋଟି ୬୧ ଲକ୍ଷ ୩୫ ହଜାର ୮୧୨ ଟଙ୍କା, ୫୭ ଲକ୍ଷ ୭୨ ହଜାର ୧୫୦ ଟଙ୍କାର ବୀମାରାଶି ଜବତ କରିଥିଲା ଭିଜିଲାନ୍ସ। ପ୍ରତାପ ନିଜ ଆୟର ୧୦୨୧ ପ୍ରତିଶତ ଅଧିକ ଅର୍ଥାତ୍‌ ମୋଟ ୧୪.୮୭କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ସ୍ପଷ୍ଟ କରିଥିଲା। ଏହାପରେ ଭିଜିଲାନ୍ସ ଉଭୟଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରିବା ସହ ସେମାନଙ୍କ ନାମରେ ଏକ ମାମଲା (ନଂ. ୩୪/୨୧) ରୁଜୁ କରିଥିଲା। ତେବେ ପ୍ରତାପ ଗିରଫ ହୋଇ ଜେଲ୍‌ ଯିବାପରେ ତାଙ୍କୁ ଚାକିରିରୁ ନିଲମ୍ବିନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri